ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନକୁ ନେଇ ବିଧାନସଭାରେ ଉଦ୍‌ବେଗ: ଭାଜପା-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାର କି ପ୍ରସ୍ତୁତି କରିଛନ୍ତି। ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଥିଲେ। ସେହି କମିଟି ସରକାରଙ୍କୁ କେତେକ ପ୍ରସ୍ତାବ ଦେଇଥିଲା, ହେଲେ ତାହାକୁ ପାଳନ କରାଗଲା ନାହିଁ। ସରକାର କମିଟି ରିପୋର୍ଟକୁ ଭୁଲିଗଲେ ବୋଲି କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅଭିଯୋଗ କରିଥିଲେ। ସୋମବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ମିଶ୍ର କହିଥିଲେ, ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀଙ୍କୁ ପୂଜା କରିବା ନେଇ ଆରଏସ୍‌ଏସ୍‌ ଓ ଭାଜପାକୁ କଡ଼ା ସମାଲୋଚନା କରିଥିଲେ। ମହାତ୍ମାଗାନ୍ଧୀଙ୍କ ନୀତିରେ ଭାଜପାର ବିଶ୍ୱାସ ନାହିଁ ବୋଲି ମିଶ୍ର କହିଥିଲେ। ମିଶ୍ରଙ୍କ ଏଭଳି ଆକ୍ଷେପକୁ ନେଇ କଂଗ୍ରେସ ଓ ଭାଜପା ସଦସ୍ୟଙ୍କ ମଧ୍ୟରେ ଏକ ପ୍ରକାର ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲେ।
ବିଜେଡି ସଭ୍ୟ ଦେବୀପ୍ରସାଦ ମିଶ୍ର, ଭୂପିନ୍ଦର ସିଂ, ଅତନୁ ସବ୍ୟସାଚୀ ନାୟକ ଏବଂ ଭାଜପା ସଭ୍ୟ ମୋହନ ଚରଣ ମାଝି ପ୍ରମୁଖ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ନେଇ ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି, ଗୃହକୁ ଅବଗତ କରିବାକୁ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ରାଜ୍ୟ ସରକାର ଏ ଦିଗରେ କି ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଜଣାଇବାକୁ ବାଚସ୍ପତି ରୁଲିଂ ଦେଇଥିଲେ। ଏଥିପାଇଁ ସରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri