ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ: ଗୋପାଳପୁରରୁ ଦସ୍ତଖତ ଅଭିଯାନ ଶୁଭାରମ୍ଭ

ଗୋପାଳପୁର,୧୯ା୯- ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନ ଅବସରରେ ଜନ ସଚେତନତା ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଗୋପାଳପୁର ବେଳାଭୂମିରେ ଗୁରୁବାର ଶୁଭାରମ୍ଭ ହୋଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋପାଳପୁର ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଓଡ଼ିଶା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ସମ୍ମାନିତ ଅତିଥି ଭାବେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଅନୁସୂଚିତ ଜନଜାତି ଓ ଆଦିବାସୀ ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇଥିଲେ। ଅତିଥି ଭାବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଗଞ୍ଜାମ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଚିକିଟି ବିଧାୟିକା ଉଷା ଦେବୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଛତ୍ରପୁର ବିଧାୟକ ସୁବାସ ବେହେରା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଜିଲା ପରିଷଦ ଅଧ୍ୟକ୍ଷ ସୋନମ ପଲେଇ ପ୍ରମୁଖ ଉପସ୍ଥିତ ଥିଲେ। ବାଚସ୍ପତି ପାତ୍ର ତାଙ୍କ ଅଭିଭାଷଣରେ ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସା ଓ ସତ୍ୟର ପ୍ରଚାର କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହିଂସାକୁ ସମ୍ବିଧାନରେ ଲିପିବଦ୍ଧ କରିବାପାଇଁ ଜନ ସଚେତନତା ଓ ଦସ୍ତଖତ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଉଦ୍ୟମ ଦ୍ୱାରା ସମ୍ବିଧାନରେ ଏହା ସ୍ଥାନିତ ହୋଇପାରିବ ବୋଲି କହିଥିଲେ। ଏହି ଅଭିଯାନ ଗୋପାଳପୁରରୁ ଆରମ୍ଭ ହୋଇ ସାରା ରାଜ୍ୟରେ ଚାଲିବ। ଏହି ଅବସରରେ ଗାନ୍ଧୀ ଜ୍ୟୋତି ଜନସଚେତନତା ରଥକୁ ବାଚସ୍ପତି ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri