ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ: ଦିନତମାମ ଗାନ୍ଧିଜୀଙ୍କୁ ନେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧।୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଓ ଲୋକସମ୍ପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି କରାଯାଇଛି। ଅକ୍ଟୋବର ୨ରେ ଭୁବନେଶ୍ୱରଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ବୈଠକରେ ଯୋଗଦେଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।
ବିଭାଗ ତରଫରୁ ପ୍ରଥମ ପର୍ଯ୍ୟାୟରେ ମହାତ୍ମା ଗାନ୍ଧୀଙ୍କ ୬ଟି ପୂର୍ଣ୍ଣାବୟବ ତୈଳଚିତ୍ର ରବୀନ୍ଦ୍ର ମଣ୍ଡପ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ, ନେତାଜୀ ସୁଭାଷଚନ୍ଦ୍ର ବୋଷ ସଂଗ୍ରହାଳୟ ଓ ସ୍ବରାଜ ଆଶ୍ରମରେ ସ୍ଥାପନ କରାଯାଉଛି। ଗାନ୍ଧୀ ଜୟନ୍ତୀ ଦିନ ଭୋର ୪ଟା ୩୦ରେ ସହର ସାରା ରାମଧୂନ୍‌ ପ୍ରଚାର କରାଯିବ। ପ୍ରାୟ ୪୦୦ ସଂକୀର୍ତ୍ତନ କଳାକାର ଦୁଇ ଭାଗରେ ବିଭକ୍ତ ହୋଇ ପଦଯାତ୍ରାରେ ‘ରଘୁପତି ରାଘବ ରାଜା ରାମ’(ରାମଧୂନ୍‌) ଭଜନ ପରିବେଷଣ କରିବେ। ସକାଳ ୭ଟା ରୁ ୮ଟା ମଧ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆଚାର୍ଯ୍ୟ ବିହାରଠାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପର୍ଯ୍ୟନ୍ତ ଏକ ମାନବ ଶୃଙ୍ଖଳ ସୃଷ୍ଟି କରିବେ। ସକାଳ ୯ଟାରେ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଶିଳ୍ପୀ ଶିବିର ଆୟୋଜନ କରାଯିବ। ସକାଳ ୧୦ଟା ୧୦ମିନିଟ୍‌ରେ ରାଜ୍ୟ ବିଧାନସଭା ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ସାଙ୍ଗକୁ ଆଶ୍ରମ ଭଜନ ଆବୃତ୍ତି, ରାମଧୂନ୍‌ ଓ ଗାନ୍ଧୀ ଜୟନ୍ତୀ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ସହ ଜନପ୍ରତିନିଧିମାନେ ଯୋଗଦେବେ। ପୂର୍ବାହ୍ନ ୧୧ଟାରେ ସୂଚନା ଭବନରେ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ ସହ ‘ଗାନ୍ଧୀକଥା’ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୂଚନା ଓ ଲୋକସଂପର୍କ ବିଭାଗ ଶାସନ ସଚିବ ସଂଜୟ କୁମାର ସିଂ ଏବଂ ଗାନ୍ଧୀବାଦୀ ବିଦ୍ୱାନ ସତ୍ୟନାରାୟଣ ସାହୁ ଯୋଗଦେବେ। ଅପରାହ୍ନ ୩ଟାରେ ଗୀତଗୋବିନ୍ଦ ସଦନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉର୍ଦ୍ଦୁ ଏକାଡେମୀ ଆନୁକୂଲ୍ୟରେ କବିତା ଆସର ଓ ମୁଶୟାରା ଆୟୋଜିତ ହେବ। ସନ୍ଧ୍ୟା ସାଢ଼େ ୬ଟାରେ ସୂଚନା ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri