Posted inକଟକ

ମହାନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ସଦର,୨୯ା୩(ଡି.ଏନ୍‌.ଏ.)- କିଶନ ନଗର ଥାନା ଅନ୍ତର୍ଗତ କିଶୋର ନଗର ବଜାର ନିକଟସ୍ଥ ମହାନଦୀରୁ ରବିବାର ସକାଳେ ଜଣେ ଯୁବକ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବିଶ୍ୱନାଥ ନନ୍ଦୀ। ଖବରପାଇ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚତ୍ ମୃତଦେହକୁ ଉଦ୍ଧାର କରିବା ପରେ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲ ପଠାଇ ଦିଆଯାଇଛି। ଏ ନେଇ ପୋଲିସ ନଂ.୪/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ବିଶ୍ୱନାଥ ଶନିବାର ରାତିରେ ଘରକୁ ଫେରି ନ ଥିଲେ। ରବିବାର ସକାଳେ ଗଁା ଲୋକେ ଗାଧୋଇବାକୁ ନଦୀକୁ ଯାଇଥିବାବେଳେ ବିଶ୍ୱନାଥଙ୍କ ପ୍ୟାଣ୍ଟ ଶାର୍ଟ ବାହାରେ ଥିବା ଦେଖିଥିଲେ। କିନ୍ତୁ ଲୋକେ ଗାଧୋଉଥିବାବେଳେ ତାଙ୍କ ମୃତଦେହ ଦେଖିଥିଲେ। ପରେ ପୋଲିସ ଓ ପରିବାର ଲୋକଙ୍କୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ରଘୁନାଥପୁର ଅଗ୍ନିଶମ ବିଭାଗକୁ କହିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ବିଶ୍ୱନାଥଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ବ୍ୟଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଥାନାଧିକାରୀ ବାମଦେବ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri