ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ ସେମାନେ ଡଙ୍ଗା ଭିତରେ ସେଲ୍‌ଫି ଉଠାଇ ମଉଜ କରୁଥିବାବେଳେ ହଠାତ୍‌ ଡଙ୍ଗାଟି ବୁଡ଼ିଯାଇଥିଲା। ଖବରପାଇ ବଡ଼ମ୍ବା ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ନିଖୋଜଙ୍କୁ ଖୋଜାଖୋଜି ଆରମ୍ଭ କରିଥିଲେ। ରାତି ୮ଟାରେ ଖୋଜା ଅଭିଯାନକୁ ବନ୍ଦ କରାଯାଇଥିଲା। ପୁଣି ଶନିବାର ସକାଳେ ଖୋଜାଯିବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଜଗତ୍‌ସିଂହପୁର ଅଞ୍ଚଳର କେତେଜଣ ପର୍ଯ୍ୟଟକ ଏକ ବସ୍‌ଯୋଗେ ଭଟ୍ଟାରିକା ପୀଠକୁ ବୁଲି ଆସିଥିଲେ। ସେମାନଙ୍କ ମଧ୍ୟରୁ ନବକୁମାର ମହାନ୍ତି, ଅଞ୍ଜନ ନାୟକ ଓ ସୁନୀଲ ସାହୁ ସେଠାରେ ଥିବା ଏକ ଡଙ୍ଗା ନେଇ ମହାନଦୀରେ ଭ୍ରମଣ କରିଥିଲେ। ସାଙ୍ଗରେ ଡଙ୍ଗାଚାଳକ ନ ଥିଲେ। କିଛି ସମୟ ପରେ ସେମାନେ ସେଲ୍‌ଫି ନେବାବେଳେ ଡଙ୍ଗା ବୁଡ଼ିଯାଇଥିଲା। ସୌଭାଗ୍ୟକୁ ସେଠାରେ ଥିବା କେତେଜଣ ଲୋକ ନବକୁମାର ଓ ଅଞ୍ଜନଙ୍କୁ ପାଣିରୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିବାବେଳେ ସୁନୀଲ ନିଖୋଜ ହୋଇଯାଇଥିଲେ। ସୁନୀଲଙ୍କ ଘର ବ୍ରହ୍ମପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ସମସ୍ତଙ୍କର ବୟସ ପ୍ରାୟ ୩୦ରୁ ୩୫ ବର୍ଷ ଭିତରେ ଏବଂ ସେମାନେ ଜଗତ୍‌ସିଂହପୁର ଅଞ୍ଚଳର ଏକ ବିଦ୍ୟୁତ୍‌ ସଂସ୍ଥା ଗ୍ଲୋବାଲ ସଲ୍ୟୁଶନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ରେ କାର୍ଯ୍ୟକରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri