ମହାନଦୀରେ ନିର୍ମାଣ ହେବ ଆଉ ୭ ବ୍ୟାରେଜ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମହାନଦୀର ନିମ୍ନସ୍ରୋତରେ ପ୍ରସ୍ତାବିତ ୭ ବ୍ୟାରେଜ୍‌ ମଧ୍ୟରୁ ୫ ବ୍ୟାରେଜ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ କାର୍ଯ୍ୟ ସମାପ୍ତ କରାଯାଇ ତାହାର ପ୍ରି-ଫିଜିବିଲିଟି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସେହିପରି ଅନ୍ୟ ୨ ବ୍ୟାରେଜ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଥିବା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି। ୨୦୧୮ ମସିହାରେ ଜଳସମ୍ପଦ ବିଭାଗ ପକ୍ଷରୁ ୭ ବ୍ୟାରେଜ ଏବଂ ମହାନଦୀର ଉପ ଓ ଶାଖା ନଦୀଗୁଡ଼ିକରେ ୨୩ ସେଚ ପ୍ରକଳ୍ପ ନିର୍ମାଣ ନେଇ କୁହାଯାଇଥିଲା। ଏହିସବୁ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା କେତେ ମାତ୍ରାରେ ଅଗ୍ରଗତି ହୋଇଛି, ସେ ନେଇ ଆସିଥିବା ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ରଘୁନନ୍ଦନ ଏହା କହିଛନ୍ତି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଅଣତାରକା ପ୍ରଶ୍ନ ନଂ ୭୬୩ର ଉତ୍ତର ଦେଇ ମନ୍ତ୍ରୀ ଏହା କହିଛନ୍ତି।
ବିଜେପୁର ଲିଫ୍ଟ ପ୍ରକଳ୍ପ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। କୁସୁମିର ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରାଯାଇଥିବାବେଳେ ସାନ୍ଦୁଲ, ଅହିରାଜୋର,ରାନଜୋର,ଜୀରା ଲୋୟର ଲାନ୍ଥ ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ ମଞ୍ଜୁରୀ ପାଇଁ କାର୍ଯ୍ୟ ଚାଲିଛି। କୁଟୁଳିସିଘାଂ ପୁନର୍ବସତି ଓ ପୁନଃ ଥଇଥାନ, ପରିବେଶ ମଞ୍ଜୁରୀ ଓ ଜଙ୍ଗଲ ମଞ୍ଜୁରୀ ପାଇଁ କାର୍ଯ୍ୟ ଚାଲୁଛି। ଅଙ୍ଗ ସେଚ ପ୍ରକଳ୍ପ ପାଇଁ ସମସ୍ତ ବୈଧାନିକ ମଞ୍ଜୁର ପ୍ରାପ୍ତ ହୋଇଛି। ହେଲେ ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା ଲୋକ ଏହାକୁ ବିରୋଧ କରୁଥିବା ଜଣାପଡିଛି। ଇବ୍‌ ପ୍ରକଳ୍ପ କେନ୍ଦ୍ରୀୟ ଜଳ ଆୟୋଗଙ୍କ ବୈଷୟିକ ଅନୁମୋଦନ ମିଳିଛି। ଗ୍ରାମବାସୀଙ୍କ ବିରୋଧ ଯୋଗୁ ଗ୍ରାମ ସଭା ହୋଇନାହିଁ। ତେଣୁ ପରିବେଶ ଓ ଜଙ୍ଗଲ ମଞ୍ଜୁରୀ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇପାରୁନାହିଁ। ଅପରଲାନ୍ଥ ପ୍ରକଳ୍ପର ପରିବେଶ ମଞ୍ଜୁରୀ ଓ ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ ମଞ୍ଜୁରୀ ପ୍ରାପ୍ତ ହୋଇଛି। ଅପର-ଉଦନ୍ତୀ ଡିପିଆର କେନ୍ଦ୍ରୀୟ ଜଳ ଆୟୋଗଙ୍କ ନିକଟକୁ ଅନୁମୋଦନ ପାଇଁ ଯାଇଥିବା ଜଣାପଡିଛି। ସେହିଭଳି ଖଡାଗୋ ଏବଂ ଲୋୟର ଉଦନ୍ତୀ ଫିଜିବିଲିଟି ରିପୋର୍ଟ ଅନୁମୋଦନ ଅପେକ୍ଷାରେ ରହିଛି। ମହାନଦୀ ଟ୍ରିବ୍ୟୁନାଲରେ ବିଚାରାଧୀନ ଥିବାରୁ ତେଲ-ଇଣ୍ଟିଗ୍ରେଟେଡ୍‌ ଏବଂ ତେଲିଜୋର ପ୍ରକଳ୍ପ ଡିପିଆର ଅନୁମୋଦନ ହୋଇନାହିଁ। ବ୍ରାହ୍ମଣୀପଦ, ଉତ୍ତେଇ ଏବଂ ଲକ୍ଷ୍ମୀପଥର ସର୍ଭେ ଓ ଅନୁସନ୍ଧାନ ଚାଲୁଅଛି। ଲମ୍ବୋଦରା ଓ ସୁରୁବାଲିଜୋରରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁନି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri