ମହାନଦୀରେ ପ୍ରଶିକ୍ଷଣ ନେବେ ଏନଡିଆର୍‌ଏଫ୍‌ କର୍ମଚାରୀ :ଏମଓୟୁ ସ୍ବାକ୍ଷରିତ

କଟକ ଅଫିସ,୭ା୧- ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍‌ଡିଆର୍‌ଏଫ)ର କର୍ମଚାରୀ ଆସି କଟକରେ ପ୍ରଶିକ୍ଷଣ ନେବେ। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ରାଜ୍ୟର ଏନଡିଆର୍‌ଏଫ୍‌ କର୍ମଚାରୀମାନେ ମହାନଦୀରେ ପ୍ରଶିକ୍ଷଣ ହାସଲ କରିବେ। ମହାନଦୀର ବିପଦପୂର୍ଣ୍ଣ ସ୍ଥାନ ସମେତ ଧବଳେଶ୍ୱର ସେତୁ ନିକଟରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। କଟକର କଳିଙ୍ଗ ଡାଇଭର୍ସ ଫାଉଣ୍ଡେସନ ଟ୍ରଷ୍ଟ ଓ ଦିଲ୍ଲୀର ଏନଡିଆର୍‌ଏଫ୍‌ ମଧ୍ୟରେ ସୋମବାର ଏଭଳି ଏକ ଏମଓୟୁ ସ୍ବାକ୍ଷର ହୋଇଛି। ଏନଡିଆର୍‌ଏଫ୍‌ ଡିଆଇଜି ମୋହସେନ ସେହେଦି କଟକ ଆସିବା ସହ କଳିଙ୍ଗ ଡାଇଭର୍ସ ଫାଉଣ୍ଡେସନ ଟ୍ରଷ୍ଟର ଟ୍ରଷ୍ଟି ତଥା ଅନ୍ତର୍ଜାତୀୟ ସ୍କୁବା ଡାଇଭର ସବୀର ବକ୍ସଙ୍କୁ ଭେଟିଥିଲେ। ଏହି ଅବସରରେ ଚୁକ୍ତିନାମା ସ୍ବାକ୍ଷର କରାଯାଇଥିବା ଜଣାପଡ଼ିଛି। ଏନ୍‌ଡିଆର୍‌ଏଫ୍‌ କମାଣ୍ଡାଣ୍ଟ ଜ୍ୟାକବ କିସପୋଟା ଉପସ୍ଥିତ ଥିଲେ। ଏ ନେଇ ସବୀର କହିଛନ୍ତି, ଗ୍ରୁପ ଗଠନ କରାଯାଇ ପ୍ରଶିକ୍ଷଣ ଦିଆଯିବ। ପ୍ରତ୍ୟେକ ଗ୍ରୁପରେ ୩୦ଜଣ ଏନଡିଆର୍‌ଏଫ କର୍ମଚାରୀ ରହିବେ। ପ୍ରତ୍ୟେକ ଗ୍ରୁପର ପ୍ରଶିକ୍ଷଣ ଅବଧି ୬ସପ୍ତାହ ରହିଛି। ମହାନଦୀରେ ପ୍ରଶିକ୍ଷଣ ଶେଷ ପରେ ସେମାନଙ୍କୁ ପାରାଦୀପ ନିକଟ ସମୂଦ୍ରରେ ପ୍ରଶିକ୍ଷଣ ଦିଆଯିବ ବୋଲି ସବୀର କହିଥିଲେ। ଅର୍ନ୍ତଜାତୀୟ ସ୍ତରର ୱିଣ୍ଡ ସର୍ଫିଂ ଖେଳାଳି ଦିଲେଶ ରାଓ ପ୍ରଶିକ୍ଷଣରେ ସହଯୋଗ କରିବେ ବୋଲି ସେ କହିଛନ୍ତି।
ଏହି ଅବସରରେ ସୋମବାର କଟକ ତୁଳସୀପୁରସ୍ଥିତ ଡିୟରପାର୍କ ଜେଟିଠାରେ ଏନଡିଆର୍‌ଏଫ୍‌ ଡିଆଇଜି ପହଞ୍ଚି ପ୍ରଶିକ୍ଷଣ ସ୍ଥଳ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri