ମହାନଦୀରେ ବନ୍ୟା, ରାସ୍ତାରେ ଆଣ୍ଠୁଏ ପାଣି:ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ

ଭାପୁର,୧୫ା୮(ଡି.ଏନ.ଏ): ମହାନଦୀର ପ୍ରଥମ ବନ୍ୟା ଜଳରେ ଭାପୁର ବ୍ଲକର ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିଛି। କରବର-ବୈଦ୍ୟେଶ୍ୱର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି। ବ୍ଲକର ୭ ପଞ୍ଚାୟତର ୫ହଜାର ଏକର ଜମି ପାଣିରେ ବୁଡ଼ି ରହିଥିବା ଯୋଗୁ ଚାଷୀ ମୁଣ୍ଡରେ ହାତ ଦେଇଛନ୍ତି। ଉକ୍ତ ବ୍ଲକ ଅଞ୍ଚଳରେ ପୂର୍ବରୁ ବର୍ଷା ଅଭାବ ଯୋଗୁ ଚାଷ କାର୍ଯ୍ୟ ବିଳମ୍ବିତ ହୋଇଥିଲା। ଏବେ ୩/୪ ଦିନ ହେବ ବର୍ଷା ହେବାରୁ ଚାଷ କାର୍ଯ୍ୟ ଜୋର୍‌ ଧରିଛି। ଏହି ସମୟରେ ମହାନଦୀର ପ୍ରଥମ ବନ୍ୟାଜଳ ଆସି ଫତେଗଡ଼ ପଞ୍ଚାୟତର ମଣିପୁର ଗ୍ରାମକୁ ସଂଯୋଗ କରୁଥିବା ଫତେଗଡ଼ ମୁଖ୍ୟରାସ୍ତାରୁ ମଣିପୁର ଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଉପରେ ୩ ଫୁଟ ପାଣି ଜମି ରହିଛି। ସେହିଭଳି କେନ୍ଦୁପଲ୍ଲୀ ପଞ୍ଚାୟତ ହନୁମନ୍ତପ୍ରସାଦ ଗ୍ରାମକୁ ଯାଇଥିବା ଏକମାତ୍ର ରାସ୍ତା ତଥା ପ୍ରଧାନମନ୍ତ୍ରୀ ସଡ଼କ ଉପରେ ୪ ଫୁଟ ବନ୍ୟା ଜଳ ଥିବାରୁ ୧ ହଜାର ଲୋକ ଜଳବନ୍ଦୀ ରହିଛନ୍ତି। କରବର ଓ ପଦ୍ମାବତୀ ପଞ୍ଚାୟତକୁ ସଂଯୋଗ କରୁଥିବା ମାଣିତିର-ବୈଦ୍ୟେଶ୍ୱର ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିବାରୁ ରାସ୍ତା ବନ୍ଦ ରହିଛି। ବ୍ଲକର ଫତେଗଡ଼ ପଞ୍ଚାୟତ, କରବର, ପଦ୍ମାବତୀ, ଶାସନ, କେନ୍ଦୁପଲ୍ଲୀ, ଧାନଚାଙ୍ଗଡ଼ା, ପଥରଚକଡ଼ା ପଞ୍ଚାୟତର ୫ ହଜାର ଏକର ଜମି ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri