ମହାନଦୀରେ ବନ୍ୟା, ରାସ୍ତାରେ ଆଣ୍ଠୁଏ ପାଣି:ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ

ଭାପୁର,୧୫ା୮(ଡି.ଏନ.ଏ): ମହାନଦୀର ପ୍ରଥମ ବନ୍ୟା ଜଳରେ ଭାପୁର ବ୍ଲକର ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିଛି। କରବର-ବୈଦ୍ୟେଶ୍ୱର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଛି। ବ୍ଲକର ୭ ପଞ୍ଚାୟତର ୫ହଜାର ଏକର ଜମି ପାଣିରେ ବୁଡ଼ି ରହିଥିବା ଯୋଗୁ ଚାଷୀ ମୁଣ୍ଡରେ ହାତ ଦେଇଛନ୍ତି। ଉକ୍ତ ବ୍ଲକ ଅଞ୍ଚଳରେ ପୂର୍ବରୁ ବର୍ଷା ଅଭାବ ଯୋଗୁ ଚାଷ କାର୍ଯ୍ୟ ବିଳମ୍ବିତ ହୋଇଥିଲା। ଏବେ ୩/୪ ଦିନ ହେବ ବର୍ଷା ହେବାରୁ ଚାଷ କାର୍ଯ୍ୟ ଜୋର୍‌ ଧରିଛି। ଏହି ସମୟରେ ମହାନଦୀର ପ୍ରଥମ ବନ୍ୟାଜଳ ଆସି ଫତେଗଡ଼ ପଞ୍ଚାୟତର ମଣିପୁର ଗ୍ରାମକୁ ସଂଯୋଗ କରୁଥିବା ଫତେଗଡ଼ ମୁଖ୍ୟରାସ୍ତାରୁ ମଣିପୁର ଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଉପରେ ୩ ଫୁଟ ପାଣି ଜମି ରହିଛି। ସେହିଭଳି କେନ୍ଦୁପଲ୍ଲୀ ପଞ୍ଚାୟତ ହନୁମନ୍ତପ୍ରସାଦ ଗ୍ରାମକୁ ଯାଇଥିବା ଏକମାତ୍ର ରାସ୍ତା ତଥା ପ୍ରଧାନମନ୍ତ୍ରୀ ସଡ଼କ ଉପରେ ୪ ଫୁଟ ବନ୍ୟା ଜଳ ଥିବାରୁ ୧ ହଜାର ଲୋକ ଜଳବନ୍ଦୀ ରହିଛନ୍ତି। କରବର ଓ ପଦ୍ମାବତୀ ପଞ୍ଚାୟତକୁ ସଂଯୋଗ କରୁଥିବା ମାଣିତିର-ବୈଦ୍ୟେଶ୍ୱର ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିବାରୁ ରାସ୍ତା ବନ୍ଦ ରହିଛି। ବ୍ଲକର ଫତେଗଡ଼ ପଞ୍ଚାୟତ, କରବର, ପଦ୍ମାବତୀ, ଶାସନ, କେନ୍ଦୁପଲ୍ଲୀ, ଧାନଚାଙ୍ଗଡ଼ା, ପଥରଚକଡ଼ା ପଞ୍ଚାୟତର ୫ ହଜାର ଏକର ଜମି ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri