Posted inରାଜ୍ୟ

ମହାନଦୀରେ ବୁଡି ଯାଉଥିଲେ ଝିଅ,ଉଦ୍ଧାର କରିବାକୁ ଯାଇ ବାପା ମୃତ

ଖଣ୍ଡପଡା,୧୬ା୬(ସ୍ବ.ପ୍ର.)-ମହାନଦୀରେ ଗାଧୋଉଥିବାବେଳେ ଝିଅ ବୁଡି ଯାଉଥିବା ଦେଖି ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡିଥିଲେ ବାପା। ହେଲେ ଝିଅ କୂଳକୁ ଫେରି ଆସିଥିବାବେଳେ ପାଣିରେ ବୁଡି ପ୍ରାଣ ହରାଇଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଶନିବାର ନୟାଗଡ ଜିଲା କଣ୍ଟିଲୋସ୍ଥିତ ନୀଳମାଧବ ଜୀଉଙ୍କ ମନ୍ଦିର ନିକଟସ୍ଥ ମହାନଦୀରେ।

ମିଳିଥିବା ସୂଚନା ଅନୁଯାୟୀ,ନୟାଗଡ ଜିଲା ଇଟାମାଟି ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ଚିନରା ଗ୍ରାମର ସୁରେଶ ରାଉତ(୪୦) ତାଙ୍କ ପରିବାରର ୮ ସଦସ୍ୟଙ୍କ ସହ ରଜ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀନୀଳମାଧବ ଜୀଉଙ୍କ ଦର୍ଶନରେ ଆସିଥିଲେ । ଶ୍ରୀ ଜୀଉଙ୍କୁ ଦର୍ଶନ କରିବା ପୂର୍ବରୁ ମହାନଦୀରେ ଗାଧୋଇବା ପାଇଁ ତାରିଣୀ ଛକ ନିକଟସ୍ଥ ଗଙ୍ଗା ମନ୍ଦିର ତୁଠରେ ଥିବା ଏକ ମୋଟର ବୋଟରେ ନଦୀର ଅପର ପାର୍ଶ୍ୱ ବାଲି ପଠାକୁ ଯାଇଥିଲେ । ସେଠାରେ ସ୍ନାନ ସମୟରେ ସୁରେଶଙ୍କ ୧୪ ବର୍ଷର ଝିଅ ବର୍ଷା ଓ ଶାଳକ ସଞ୍ଜୟ ବରାଡ ନଦୀ ସ୍ରୋତରେ ଭାସି ଯାଉଥିବା ଦେଖି ସେମାନଙ୍କୁ ଉଦ୍ଧାର କରିବା ପାଇଁ ସୁରେଶ ନଦୀ ମଝିକୁ ଚାଲିଯାଇଥିଲେ । ଇତି ମଧ୍ୟରେ ସୁରେଶଙ୍କ ସ୍ତ୍ରୀ ଉପସ୍ଥିତବୁଦ୍ଧି ଖଟାଇ ସେମାନଙ୍କ ପାଖକୁ ଏକ ଲୁଗା ଫୋପାଡି ଦେବାରୁ ସଞ୍ଜୟ ଓ ବର୍ଷା ଲୁଗା ସାହାଯ୍ୟରେ କୂଳକୁ ଚାଲିଆସିଥିଲେ । ମାତ୍ର ସୁରେଶ ପ୍ରଖର ସ୍ରୋତ ଯୋଗୁ ଭାସି ଯାଇଥିଲେ। ସଙ୍ଗେ ସଙ୍ଗେ ଖଣ୍ଡପଡା ଦମକଳ ବାହିନୀକୁ ଖବର ଦିଆଯାଇଥିଲା। ଦମକଳ କର୍ମଚାରୀମାନେ ପହଞ୍ଚତ୍ବା ପୂର୍ବରୁ ବଡ଼ବାଣପୁରର ପୂର୍ବତନ ସରପଞ୍ଚ ଜୟକୃଷ୍ଣ ବେହେରା, ସ୍ଥାନୀୟ ଅଞ୍ଚଳର ବିଶ୍ୱନାଥ ମହାରଣା, ସୁଦାମ ମହାରଣା, ଛବି ଦଳେଇ, କୃଷ୍ଣଚନ୍ଦ୍ର ମହାରଣା ଓ ନିଧିଆ ମହାରଣା ପ୍ରମୁଖ ଡଙ୍ଗା ନେଇ ବହୁ ଖୋଜାଖୋଜି କରିବା ପରେ ପ୍ରାୟ ଏକଘଣ୍ଟା ପରେ ସୁରେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ତାଙ୍କୁ ପ୍ରଥମେ ସ୍ଥାନୀୟ ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ଅବସ୍ଥା ଉଦ୍‌ବେଗଜନକ ହେବାରୁ ସେଠାରୁ ଖଣ୍ଡପଡା ଓ ପରେ ନୟାଗଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ କଣ୍ଟିଲୋ ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ସୂଚନା ଯୋଗ୍ୟ ସୁରେଶ ବେଙ୍ଗାଲୁରୁର ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri