ମହାନଦୀ କୂଳ ବାସିନ୍ଦା ପାଣି ପାଇଁ ହନ୍ତସନ୍ତ : ବିଦ୍ୟୁତ୍‌ ଲୋ ଭୋଲଟେଜ୍‌ ସମସ୍ୟା

ଖଣ୍ଡପଡ଼ା,୨୦ା୫(ସ୍ବ.ପ୍ର) : ସମ୍ପ୍ରତି ଗ୍ରୀଷ୍ମ ପ୍ରବାହ ବଢୁଛି। ଏ ସମୟରେ ବିଦ୍ୟୁତ୍‌ କାଟ ଓ ଲୋ ଭୋଲ୍‌ଟେଜ୍‌ ଲୋକଙ୍କ ପାଇଁ ମୁଖ୍ୟ ସମସ୍ୟା ପାଲଟିଛି। ଲୋ ଭୋଲଟେଜ୍‌ ଯୋଗୁ ଘରେ ଫ୍ୟାନ୍‌ ଆଦି ବିଦ୍ୟୁତ୍‌ ଚାଳିତ ଯନ୍ତ୍ରଗୁଡ଼ିକ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବାବେଳେ ମୋଟର ପମ୍ପଗୁଡିକ ପୋଡ଼ି ଯାଉଛି। ଗତ ୩ ଦିନ ହେଲା କଣ୍ଟିଲୋ ପମ୍ପ ହାଉସ୍‌ରେ ଥିବା ଦୁଇଟି ମୋଟର ପମ୍ପ ଲୋ ଭୋଲଟେଜ ଯୋଗୁ ପୋଡ଼ିଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳକୁ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି। ତେଣୁ ଟ୍ୟାଙ୍କର୍‌ ଯୋଗେ ପାନୀୟଜଳ ଯୋଗାଇବାକୁ ସାଧାରଣରେ ଦାବି ହେଉଛି। ସୂଚନାଯୋଗ୍ୟ, ୬୦ ବର୍ଷରୁ ଊର୍ଦ୍ଧ୍ୱ କାଳ ୧୫ ହଜାରରୁ ଅଧିକ ଜନସଂଖ୍ୟା ବିଶିଷ୍ଟ କଣ୍ଟିଲୋ ଗ୍ରାମ ପଞ୍ଚାୟତବାସୀଙ୍କ ପାଇଁ ପାନୀୟ ଜଳର ଆବଶ୍ୟକତାକୁ ପୂରଣ କରିବା ପାଇଁ ଏକ ଜଳ ଯୋଗାଣ ପ୍ରକଳ୍ପ ସ୍ଥାପନ କରାଯାଇଛି। ମହାନଦୀ ପାଣିକୁ ୨ଟି ୪୦ ଅଶ୍ୱଶକ୍ତି ବିଶିଷ୍ଟ ମୋଟର ପମ୍ପ ସାହାଯ୍ୟରେ ପାହାଡ଼ସ୍ଥିତ ଟାଙ୍କିରେ ସଂଗ୍ରହ କରି ପରେ ବିଶୋଧିତ ଜଳକୁ ଲୋକମାନଙ୍କୁ ପାଇପ୍‌ ମାଧ୍ୟମରେ ଯୋଗାଇ ଦିଆଯାଇଥାଏ। ତେବେ ପ୍ରତି ମାସରେ ଯେ କୌଣସି କାରଣରୁ ୫ ରୁ ୭ ଦିନ ଜଳଯୋଗାଣ ବନ୍ଦ ରହୁଥିବାରୁ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସୂଚନାଯୋଗ୍ୟ , ପୁରୁଣା ମୋଟରକୁ ବାରମ୍ବାର ମରାମତି କରି ପ୍ରତ୍ୟହ ଲଗାତର ଭାବେ ୧୫ରୁ ୧୮ ଘଣ୍ଟା ଚାଲୁ କରାଯାଉଛି। ତେବେ ଲୋ ଭୋଲଟେଜ୍‌ ଯୋଗୁ ଅଧିକାଂଶ ସମୟ ମୋଟରଟି ଖରାପ ହୋଇଯାଉଛି। ଏ ପରିପ୍ରେକ୍ଷୀରେ ନୂଆ ମୋଟର ବସାଇବା ନେଇ ବିଭିନ୍ନ ମହଲରେ ଦାବି ହେଲେ ସୁଦ୍ଧା ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହେଉଛି। କଣ୍ଟିଲୋ ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ନନ୍ଦଙ୍କୁ ଏ ସମସ୍ୟା ନେଇ ପଚାରିବାରୁ ଲୋ ଭୋଲ୍‌ଟେଜ ଯୋଗୁ ମୋଟରଟି ପୋଡ଼ିଯାଇଛି ବୋଲି ସେ କହିଥିଲେ। ତୁରନ୍ତ ମରାମତି ପରେ ଦିନେ ୨ ଦିନ ମଧ୍ୟରେ ପାନୀୟ ଜଳଯୋଗାଣ ସ୍ବାଭାବିକ କରାଯିବ ବୋଲି ସେ କହିଥିଲେ। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀଙ୍କ ସହ ଏ ନେଇ ଯୋଗାଯୋଗ କରିବାରୁ ସେ ଫନୀ ଦାୟିତ୍ୱରେ ରହିଥିବା ଜଣାପଡ଼ିଥିଲା। ତେବେ ତୁରନ୍ତ ୪୦ ଅଶ୍ୱଶକ୍ତି ବିଶିଷ୍ଟ ମୋଟର କ୍ରୟ ନିମନ୍ତେ ବ୍ୟବସ୍ଥା କରିବା ସହ ସୋମବାର ସେ ସମ୍ପୃକ୍ତ ପ୍ରକଳ୍ପ ପରିଦର୍ଶନରେ ଆସିବେ ବୋଲି କହିଥିଲେ। ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଜୟନ୍ତ ସେଠ ସୋମବାର ସକାଳଠାରୁ ଗ୍ରାମବାସୀଙ୍କୁ ପାଣି ଯୋଗାଇ ଦିଆଯିବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri