ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍‌, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍‌ ୨ ରାଜ୍ୟ ଗସ୍ତ କରିବେ। ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଟ୍ରିବ୍ୟୁନାଲ୍‌ରେ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ମିଳିଛି।

ଶନିବାର ହୋଇଥିବା ଶୁଣାଣିରେ ଉଭୟ ରାଜ୍ୟ ନିଜ ନିଜ ପକ୍ଷ ରଖିଥିଲେ। ପରେ ଉଭୟ ରାଜ୍ୟ ବୈଷୟିକ ଟିମ୍‌ ୨ ରାଜ୍ୟ ଗସ୍ତ କରିବେ। ଅକ୍ଟୋବର ୩୦ରୁ ନଭେମ୍ବର ୨ ମଧ୍ୟରେ ଛତିଶଗଡ଼କୁ ଓଡ଼ିଶା ଟିମ୍‌ ପରିଦର୍ଶନରେ ଯିବେ। ଏହାପରେ ନଭେମ୍ବର ୧୧ରୁ ୧୯ ମଧ୍ୟରେ ଛତିଶଗଡ଼ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ। ଏହି ପ୍ରକ୍ରିୟା ସରିବା ପରେ ଚୂଡ଼ାନ୍ତ ରାୟ ଦିଆଯିବ। ଏଣୁ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ପୂର୍ବରୁ ମହାନଦୀ ଜଳର ସମାନ ବଣ୍ଟନ ପାଇଁ ଛତିଶଗଡ଼ ପକ୍ଷରୁ ପିଟିଶନ ଦାୟର କରାଯାଇଥିଲା। ଏହା ଉପରେ ମତ ରଖିବା ପାଇଁ ପୂର୍ବ ଶୁଣାଣିରେ ଟ୍ରିବ୍ୟୁନାଲ ଦୁଇ ପକ୍ଷକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସମାନ ଭାବେ ଜଳ ବଣ୍ଟନ କଥାକୁ ଓଡ଼ିଶା ଗ୍ରହଣ କରୁନାହିଁ। ତେବେ ଟ୍ରିବ୍ୟୁନାଲ ଶୁଣାଣି ପୂର୍ବରୁ ଓଡ଼ିଶା ଏବଂ ଛତିଶଗଡ଼ର ପ୍ରତିନିଧି ଦଳ ଓଡ଼ିଶା ଭବନଠାରେ ଏକ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri