Posted inରାଜ୍ୟ

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ ଏହାର ସମାଧାନ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।
ବୁଧବାର ମନ୍ତ୍ରୀ ପୂଜାରୀ କହିଛନ୍ତି, ମହାନଦୀ ଟ୍ରିବ୍ୟୁନାଲ ଅବଧି ଏପ୍ରିଲ ୧୩ରେ ଶେଷ ହେଉଥିବାରୁ ଏହାକୁ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି। ଗଣତନ୍ତ୍ର ବ୍ୟବସ୍ଥାରେ ଆଲୋଚନା ମାଧ୍ୟମରେ ସବୁକିଛି ସମସ୍ୟାର ସମାଧାନ ହୋଇପାରିବ। ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଅଧ୍ୟକ୍ଷ କନକ ବର୍ଦ୍ଧନ ସିଂଦେଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ସହ ଆଲୋଚନା କରିଛନ୍ତି। ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ସମାଧାନରେ ବହୁ ସମୟ ବିତିଯାଉଥିବାରୁ କଥାବାର୍ତ୍ତା ମାଧ୍ୟମରେ ସମସ୍ୟାର ସମାଧାନ କରିବୁ। ପୂଜାରୀ ପୁଣି କହିଛନ୍ତି, ବିଧାନସଭାରେ ପୂର୍ବତନ ଜଳସମ୍ପଦ ମନ୍ତ୍ରୀ ଯେଉଁ ଭୁଲ୍‌ ତଥ୍ୟ ଦେଇଥିଲେ, ତାହାକୁ ଅସ୍ତ୍ର ଭାବେ ଛତିଶଗଡ଼ ସରକାର ବ୍ୟବହାର କରୁଛନ୍ତି। ସେଥିପାଇଁ ମହାନଦୀ ଜଳ ବିବାଦର ସମାଧାନ ବିଳମ୍ବ ହେଉଛି।
ସୂଚନାଯୋଗ୍ୟ, ମହାନଦୀ ଜଳ ବିବାଦର ସମାଧାନ ଲାଗି ମହାନଦୀ ଟ୍ରିବ୍ୟୁନାଲ ୨୦୧୮ ମାର୍ଚ୍ଚରେ ଗଠନ ହୋଇଥିଲା। ନିୟମ ଅନୁଯାୟୀ, ଏହି ବିବାଦର ଅନ୍ତ ୩ ବର୍ଷ ମଧ୍ୟରେ ହେବାକଥା। ମାତ୍ର ପ୍ରଥମ ପର୍ଯ୍ୟାୟରେ ଏହା ବଢ଼ି ୨୦୨୩ ମାର୍ଚ୍ଚରେ ଫଇସଲା ହେବାକୁ ଥିଲା। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏହାର କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୧୩ ଯାଏ ବଢ଼ାଯାଇଥିଲା।

ଆନ୍ତଃରାଜ୍ୟ ନଦୀଜଳ ବିବାଦ ଆଇନ-୧୯୫୬ର ଧାରା-୫(୨) ଅନୁସାରେ ଟ୍ରିବ୍ୟୁନାଲର ରିପୋର୍ଟ ଓ ନିଷ୍ପତ୍ତି ୩ ବର୍ଷ ମଧ୍ୟରେ ଦାଖଲ କରାଯିବା କଥା। ମାତ୍ର ୨୦୨୧ ମାର୍ଚ୍ଚ ୧୧ର ଧାର୍ଯ୍ୟ ସମୟସୀମା ଶେଷ ହେଉଥିଲେ ମଧ୍ୟ ଟ୍ରିବ୍ୟୁନାଲ ରିପୋର୍ଟ ଦେବାରେ ବିଫଳ ହେବା ପରେ କେନ୍ଦ୍ର ସରକାର ଏହି ଅବଧିକୁ ଆଉ ୨ ବର୍ଷ ଅର୍ଥାତ୍‌ ୨୦୨୩ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚରୁ ୨୦୨୧ ଜୁନ୍‌ ପର୍ଯ୍ୟନ୍ତ କାର୍ଯ୍ୟ କରିପାରି ନ ଥିବା ଦର୍ଶାଇ ଟ୍ରିବ୍ୟୁନାଲ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ପୁଣିଥରେ ଅବଧି ବୃଦ୍ଧି ପାଇଁ ଅନୁରୋଧ କରାଯାଇଥିଲା। ତେବେ ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। ଏହା ଉପରେ ରାଜ୍ୟର ପ୍ରାୟ ୧୬ଟି ଜିଲାର ଲୋକେ ପାନୀୟଜଳ, କୃଷିକାର୍ଯ୍ୟ ସହ ଶିଳ୍ପ ପାଇଁ ନିର୍ଭରଶୀଳ। ମାତ୍ର ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାର ୬୦ରୁ ଊଦ୍ଧର୍‌ବ ବନ୍ଧ ନିର୍ମାଣକରି ଜଳବିବାଦ ସୃଷ୍ଟି କରିଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୬ରେ ସୁପ୍ରିମ୍‌କୋର୍ଟରେ ଅଭିଯୋଗ କରାଯାଇଥିଲା। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ୨୦୧୮ ମାର୍ଚ୍ଚ ୧୨ରେ ୩ ଜଣିଆ ଖଣ୍ଡପୀଠଙ୍କୁ ନେଇ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଗଠନ କରିଥିଲେ। ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶକ୍ରମେ ଉଭୟ ରାଜ୍ୟର ବୈଷୟିକ କମିଟି ବାରମ୍ବାର ଗସ୍ତ କରିଥିଲେ ମଧ୍ୟ ତାହା ସମାଧାନ ଦିଗରେ ଅଗ୍ରସର ହୋଇ ନ ଥିଲା। ୨୦୨୩ ମେ’୧୯ରେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ଏ.ଏମ୍‌. ଖାନୱିଲକରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ୧୦ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲା। ଏହାପୂର୍ବରୁ ଛତିଶଗଡ଼ର ବ୍ୟାରେଜ୍‌ ଅଞ୍ଚଳକୁ କେନ୍ଦ୍ରୀୟ ଟ୍ରିବ୍ୟୁନାଲ ଦଳ ପରିଦର୍ଶନ କରିଥିଲା। ଟ୍ରିବ୍ୟୁନାଲ ଅଧ୍ୟକ୍ଷଙ୍କ ଗସ୍ତକୁ ନେଇ ଜଳସମ୍ପଦ ବିଭାଗ ତତ୍ପରତା ଦେଖାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri