Posted inରାଜ୍ୟ

ମହାନଦୀ ପଠାରେ ପ୍ୟାକିଂ, ଡମ୍ପିଂ ନେଇ ଅସନ୍ତୋଷ: ସାମାନ୍ୟ ବର୍ଷାରେ ଖସିିଲା ପଥର

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-କଣ୍ଟିଲୋ ମହାନଦୀ କୂଳରେ ଗତ ଜାନୁୟାରୀ ମାସରୁ ଆରମ୍ଭ ହୋଇଥିବା ପଥର ପ୍ୟାକିଂ, ଡମ୍ପିଂ ଓ ଲଚିଂ କାମ ସାମାନ୍ୟ ବର୍ଷାରେ ଦବି ଯାଇଥିବା ଓ ପଥର ଖସିଯାଇଥିବା ନେଇ ଅଭିଯୋଗ ହୋଇଛି। ଏଭଳି କାର୍ଯ୍ୟ ଯୋଗୁ ପ୍ରତ୍ୟହ ନଦୀକୁ ସ୍ନାନ, ଶୌଚାଦି ପାଇଁ ଆସୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନୀଳମାଧବ ଜୀଉଙ୍କ ଦର୍ଶନରେ ଆସୁଥିବା ଯାତ୍ରୀମାନେ ମଧ୍ୟ ଏଥିରୁ ବାଦ ପଡ଼ୁନାହାନ୍ତି। ଏହା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ପ୍ରାୟ ୨.୮କୋଟି ଟଙ୍କା ବ୍ୟୟରେ ଜଳ ସମ୍ପଦ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ଏହି କାର୍ଯ୍ୟ ବନ୍ୟା ସ୍ରୋତରେ ଭାସିଯିବ ବୋଲି ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ତେବେ ବିଭାଗୀୟ ଅଧିକାରୀମାନେ ମହାନଦୀର ପ୍ରଥମ ବନ୍ୟା ପରେ ସ୍ଥିତି ଅନୁଧ୍ୟାନପୂର୍ବକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ ା ମାତ୍ର ବନ୍ୟା ପୂର୍ବରୁ ଅର୍ଥାତ୍‌ ଗତ ୧ ତାରିଖ ଲଘୁଚାପ ଜନିତ ବର୍ଷା ପରେ ପଥର ଖସିବା ସହ ଦବି ଯାଇଥିଲା। ପ୍ରକାଶ ଯେ, ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣ ପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁଦୃଢୀକରଣ ତଥା ସୁରକ୍ଷା ନିମନ୍ତେ ବିଭିନ୍ନ ମହଲରେ ଦାବି ହୋଇ ଆସୁଥିଲା ା ତେବେ ଏହାର ପ୍ରତିକାର ନିମନ୍ତେ ନାବାର୍ଡ ପକ୍ଷରୁ ଅନୁଦାନ ରାଶି ମଞ୍ଜୁର ହୋଇ କଣ୍ଟିଲୋ ଜଳସମ୍ପଦ ବିଭାଗ ତତ୍ତ୍ୱାବଧାନରେ କାମ ଆରମ୍ଭ ହୋଇଛି ା ନୀଳମାଧବ ମନ୍ଦିର ଉତ୍ତର ଦ୍ୱାର ନଦୀଘାଟରୁ ପଶ୍ଚିମ ଦ୍ୱାର ଗଙ୍ଗା ତୁଠ ପର୍ଯ୍ୟନ୍ତ ପଥର ପ୍ୟାକିଂ, ଡମ୍ପିଂ, ଲଚିଂ ଓ ଗ୍ରାଉଟିଂ କାର୍ଯ୍ୟ ଜାନୁୟାରୀ ମାସରେ ଆରମ୍ଭ କରାଯାଇଛି ା ଆରମ୍ଭ ସମୟରେ ହିଁ ସ୍ଥାନୀୟ ଜନସାଧାରଣ ଉକ୍ତ କାର୍ଯ୍ୟର ସୁଦୃଢ଼ ଓ ସ୍ଥାୟିତ୍ୱ ପ୍ରତି ସନ୍ଦେହ କରି ବିଭାଗୀୟ ଅଧିକାରୀ ଏବଂ କାର୍ଯ୍ୟନିର୍ବାହୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା ନଦୀଘାଟକୁ ସ୍ନାନ ପାଇଁ ଯାତାୟତବେଳେ ସମସ୍ୟା ହେଉଥିବାରୁ ଏହି ପଥର କାର୍ଯ୍ୟକୁ ସିମେଣ୍ଟ ଗ୍ରାଉଣ୍ଟିଂ କରିବା ନିମନ୍ତେ ଲୋକେ ପରାମର୍ଶ ଦେଇଥିଲେ ା ତେବେ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଭାଗୀୟ ଅଧିକାରୀମାନେ କହିଥିଲେ। ଉଲ୍ଲେଖଯୋଗ୍ୟ, ଗୁରୁବାର ଧରିତ୍ରୀରେ ‘ମହାନଦୀ ମାଳବନ୍ଧରେ ପଥର ପ୍ୟାକିଂରେ ବ୍ୟବହାର ହେଉଛି ଛୋଟ ପଥର, ପ୍ରଥମ ବନ୍ୟାରେ ଭାସିଯିବା ଆଶଙ୍କା’ ଶୀର୍ଷକ ଖବର ପ୍ରକାଶ ପାଇଥିଲା ା ଏ ନେଇ ବିଭାଗୀୟ ଅଧିକାରୀ ଇଂ. ଶଙ୍କର ଦଳେଇଙ୍କୁ ପଚାରିବାରୁ ସେ କହିଥିଲେ କି, ସମ୍ପୃକ୍ତ ଠିକାଦାରଙ୍କ ଦ୍ୱାରା କାର୍ଯ୍ୟ ଜାରି ରହିଛି। ସେ ଏହାର ମରାମତି କାର୍ଯ୍ୟ ତୁରନ୍ତ କରିବେ ବୋଲି ଦଳେଇ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri