ମହାନଦୀ ପୋଲ ଉପରେ ଜମୁଛି ଅସାମାଜିକଙ୍କ ଆଡ୍ଡା: ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ସହ ପାଟ୍ରୋଲିଂ ଦାବି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା-ଖୋସାଲପୁର ରାସ୍ତାର ଦେଢ଼ କିଲୋମିଟର ଲମ୍ବ ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ପୋଲ ଦେଇ ପ୍ରତିଦିନ ହଜାର ହାଜର ଲୋକ ଯା’ଆସ କରୁଛନ୍ତି। ସନ୍ଧ୍ୟା ହେଲେ ପୋଲ ଉପରେ ଅସାମାଜିକଙ୍କ ଆଡ୍ଡା ଜମୁ ଥିବାରୁ ଯାତାୟାତ କରିବା ବେଳେ ଯାତ୍ରୀମାନେ ନାନା ଅସୁବିଧା ଭୋଗୁଛନ୍ତି। ରାହାମା, ପାରାଦୀପ ସମେତ କେନ୍ଦ୍ରାପଡ଼ା ଜିଲାର ପାଟକୁରା, ଗରଦପୁର, ମହାକାଳପଡ଼ା ଓ ମାର୍ଶାଘାଇ ଆଦି ଅଞ୍ଚଳକୁ ଯା’ଆସ ପାଇଁ ଲୋକ ଏହି ପୋଲ ଉପରେ ନିର୍ଭର କରନ୍ତି। ହେଲେ ସନ୍ଧ୍ୟା ପରେ ଏହି ରାସ୍ତା ଦେଇ ଯା’ଆସ କରିବାକୁ ଲୋକେ ଭୟ କରୁଛନ୍ତି। ଅନ୍ୟପଟେ ମଦ୍ୟପମାନେ ଅଧିକାଂଶ ସମୟରେ ପୋଲ ଉପରେ ଯାତ୍ରୀମାନଙ୍କୁ ଗାଳିଗୁଲଜ କରିବା ଓ ମାରିବା ପାଇଁ ଗୋଡ଼ାଉଥିବା ଭଳି ଘଟଣା ମଧ୍ୟ ନଜରକୁ ଆସିଛି। ଏମାନଙ୍କ କବଳରୁ ବଞ୍ଚତ୍ବା ପାଇଁ କେହି କେହି ଦ୍ରୁତ ଗତିରେ ଗାଡ଼ି ନେଇ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ମୃତାହତ ହୋଇଥିବା ନଜିର ନଜିର ରହିଛି। ତେଣୁ ଆଖପାଖ ଅଞ୍ଚଳାବସୀ ଓ ଏହି ରାସ୍ତା ଦେଇ ଯିବାଆସିବା କରୁଥିବା ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଦେଢ଼ କି.ମି. ଲମ୍ବ ଏହି ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ଆବଶ୍ୟକ ହୋଇପଡ଼ିଛି। ଏଥିସହ ରାତିରେ ପୋଲିସ୍‌ ପାଟ୍ରୋଲିଂ ପାଇଁ ଅଞ୍ଚଳର ବହୁ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri