ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ

ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ ବିତାଇବା ପରେ ସେ ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ କହିଥିଲେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ମୋତେ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଠାକୁରଙ୍କୁ ଦର୍ଶନ କରି ମୋର କୃତଜ୍ଞତା ଜଣାଇଛି। ଏହାପରେ ସେ ଗୋବର୍ଦ୍ଧନ ମଠକୁ ଯାଇ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ୍‌ କରିଥିଲେ।ଏହି ଅବସରରେ ବିଶ୍ୱଭୂଷଣଙ୍କୁ ପୁରୀ ଜିଲା ନାଗରିକ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ସଦ୍‌ଭାବନା ସଭାଗୃହରେ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମକୁ ଜିଲା ଭାଜପା ସଭାପତି ପ୍ରଭଞ୍ଜନ ମହାପାତ୍ର ପରିଚାଳନା କରିଥିବାବେଳେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, କେନ୍ଦ୍ରୀୟ ନାରିକେଳ ବୋର୍ଡର ଉପସଭାପତି ବିଶ୍ୱନାଥ ରଥ, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର, ଜିଲା ଯୁବ ସଭାପତି ଜୟନ୍ତ କୁମାର ଦାଶ, ସୋମନାଥ ଖୁଣ୍ଟିଆ, ମଧୁସୂଦନ ସିଂହାରୀ, ମିଡିଆ ସଂଯୋଜକ ବିଶ୍ୱଜିତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri