ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର ବିକାଶ ସାଙ୍ଗକୁ କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷା ଦିଗରେ କାର୍ଯ୍ୟ କରାଯିବ। ଶ୍ରୀକ୍ଷେତ୍ର ପାଇଁ ଏମିତି ଅନେକ ସ୍ବପ୍ନ ଦେଖିଛନ୍ତି ସରକାର। ଆଉ ଏହି ସ୍ବପ୍ନକୁ ସାକାର କରିବା ଲାଗି ପୁରୀ ପାଇଁ ପ୍ରଥମେ ୨୬୫ କୋଟି ଏବଂ ପରେ ୫୦୦ କୋଟି ଟଙ୍କା ମଧ୍ୟ ଘୋଷଣା କରିଛନ୍ତି। ତେବେ ଏହିସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାରେ ଜିଲାପାଳଙ୍କୁ ସହଯୋଗ କରିବା ପାଇଁ ଶୁକ୍ରବାର ପୁରୀରେ ୫ ଜଣ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର ପହଞ୍ଚତ୍ଛନ୍ତି। ଏମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ ଏହି ଅଫିସରମାନେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସନ୍ଧ୍ୟାରେ ଏମାନେ ଶ୍ରୀମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହି ଶିକ୍ଷାନବୀଶ ଆଇଏଏସ୍‌ ଅଫିସରମାନେ ହେଲେ ସୂର୍ଯ୍ୟବଂଶୀ ମୟୁର ବିକାଶ, କୀର୍ତ୍ତିଭାସନ ଭି, ଡ. ଶୁଭଙ୍କର ମହାପାତ୍ର, ଜେ.ସୋନାଲ ଓ ଭୁବନେଶ ଦେବଦାସ ପାଟିଲ।
ଦର୍ଶନ ପରେ ଗଣମାଧ୍ୟମକୁ ଡ. ଶୁଭଙ୍କର ମହାପାତ୍ର କହିଥିଲେ, ପୁରୀରୁ ପ୍ରଥମେ କାର୍ଯ୍ୟ ଆରମ୍ଭ କରିବା ନିଶ୍ଚିତ ଆମ ପାଇଁ ସୌଭାଗ୍ୟର ବିଷୟ। କାର୍ଯ୍ୟ ଆରମ୍ଭ ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇଛୁ। ସବୁ କାମରେ ଭଗବାନ ଆମକୁ ସହାୟକ ହେବେ ଏହି ବିଶ୍ୱାସ ରହିଛି। ରାଜ୍ୟ ସରକାର ଯେଉଁ ଉଦ୍ଦେଶ୍ୟ ନେଇ ଆମକୁ ପଠାଇଛନ୍ତି ଏହାକୁ ସଫଳତାର ସହ କରିବାକୁ ଚେଷ୍ଟା କରିବୁ ବୋଲି ମହାପାତ୍ର କହିଥିଲେ। ଏମାନଙ୍କ ସହ ଉପଜିଲାପାଳ ଭବତାରଣ ସାହୁ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri