Posted inରାଜ୍ୟ

ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ

ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ ୯ଟାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ର ହାଇସ୍କୁଲରୁ ବାହାରି ପଞ୍ଚୁଦୋଳ ପଡିଆସ୍ଥିତ ମାଉସୀ ମା’ ମନ୍ଦିରଠାରେ ପହଞ୍ଚତ୍ଥିଲେ। ମନ୍ଦିର ପ୍ରଶାସନ, ସ୍ଥାନୀୟ ଜନସାଧାରଣ ଓ ପୋଲିସମାନଙ୍କ ସହଯୋଗରେ ତିନି ରଥକୁ ଦକ୍ଷିଣମୋଡ କରାଯାଇଥିଲା। ପରମ୍ପରା ଅନୁଯାୟୀ ମହାପ୍ରଭୁ ଜଗନ୍ନାଥ ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ନଅଦିନ ପାଇଁ ଗୁଣ୍ଡିଚା ମନ୍ଦିର ବିଜେ କରିଛନ୍ତି। ଏଥିରେ ଅଭିମାନ କରି ହେରା ପଞ୍ଚମୀରେ ମା’ ଲକ୍ଷ୍ମୀ ଠାକୁରାଣୀ ଜଗନ୍ନାଥ ମନ୍ଦିରରେ ନିଜ ମନର କଥା ଭଉଣୀ ବିମଳାଙ୍କ ନିକଟରେ ପ୍ରକାଶ କରିଥିଲେ। ପରେ ତାଙ୍କ ପରାମର୍ଶରେ ମା’ ଲକ୍ଷ୍ମୀ ରାତିରେ ସୁସଜ୍ଜିତ ଦୋଳ ବିମାନରେ ବାହାରି ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗି ଫେରିଆସିଥିଲେ। ଏହା ଜଣିବା ପରେ ମହାପ୍ରଭୁ ଜଗନ୍ନାଥ ତିନିରଥକୁ ଦକ୍ଷିଣମୋଡ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri