‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଚଳଚ୍ଚିତ୍ରରେ ମହାପ୍ରଭୁଙ୍କ ସଂସ୍କୃତି, ରୀତିନୀତି ଏବଂ ପରମ୍ପରାକୁ କଦର୍ଥ କରାଯାଇଥିବା ଅଭିଯୋଗ ହୋଇଥିଲା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ ଓ ଅନ୍ୟ ଦୁଇ ଜଣଙ୍କ ତରଫରୁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ, ଫିଲ୍ମରେ ମହାପ୍ରଭୁ ଜଗନ୍ନାଥଙ୍କ ଶୈଶବ, କଥାବାର୍ତ୍ତା ଓ ଦୁଃସାହସିକ ଘଟଣାକୁ କାଳ୍ପନିକ ଭାବେ ଉପସ୍ଥାପନ କରାଯାଇଛି। ଯାହା ସ୍କନ୍ଦ ପୁରାଣ, ବ୍ରହ୍ମ ପୁରାଣ, ଶ୍ରୀମନ୍ଦିର ପରମ୍ପରା ସହ ସାମଞ୍ଜସ୍ୟ ନୁହେଁ। ଏହା ଭକ୍ତମାନଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇବା ସହ ଶ୍ରୀ ଜଗନ୍ନାଥ ସଂସ୍କୃତି, ରୀତି ନୀତି, ପରମ୍ପରାର ବିରୁଦ୍ଧାଚରଣ କରୁଛି । ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଥିଲା ଯେ, ଏହା ଏକ କାଳ୍ପନିକ କାହାଣୀ । ବିଶେଷକରି ରଥଯାତ୍ରା ସମୟରେ ଏପରି ଫିଲ୍ମ ମୁକ୍ତିଲାଭ କଲେ ଶାନ୍ତିଶୃଙ୍ଖଳା ବ୍ୟାହତ ହେବାର ଆଶଙ୍କା ଥିବାରୁ ଫିଲ୍ମ ରିଲିଜ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି କୋର୍ଟ । ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୫ କୁ ଧାର୍ଯ୍ୟ କରିଛନ୍ତି କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri