ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମହାବିଦ୍ୟାଳୟରୁ ୭୦ରୁ ଊର୍ଦ୍ଧ୍ୱ ଅଧ୍ୟକ୍ଷ ଏଥିରେ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଫକୀରମୋହନଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ୱଳନ ପରେ କୁଳପତି ପ୍ରଫେସର ମଧୁମିତା ଦାସଙ୍କ ସଭାପତିତ୍ୱରେ ସଭା ଆରମ୍ଭ ହୋଇଥିଲା।
ଆରମ୍ଭରେ ବିଶ୍ୱବିଦ୍ୟାଳୟର ସଙ୍ଗୀତ ପରିବେଷଣ କରାଯିବା ପରେ କୁଳସଚିବ ଅମର ସିଂ ସୋରେନ ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ମଞ୍ଚାସୀନ ପିଜି କାଉନ୍‌ସିଲ ଚେୟାରମ୍ୟାନ ପ୍ରଫେସର ମୁନେଶ ଚନ୍ଦ୍ର ଅଧିକାରୀ ଓ ପରୀକ୍ଷା ନିୟନ୍ତ୍ରକ ଡ. ସନ୍ତୋଷ କୁମାର ଅଗ୍ରୱାଲା ନିଜର ବକ୍ତବ୍ୟ ରଖି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କଲେ ଶିକ୍ଷାର ମାନବୃଦ୍ଧି ହେବା ସହିତ ଉନ୍ନୀତ ଛାତ୍ରୀଛାତ୍ରମାନେ ସର୍ବଭାରତୀୟସ୍ତରରେ ବିଶ୍ୱବିଦ୍ୟାଳୟର ସୁନାମ ରଖିପାରିବେ ବୋଲି ଆଶାପ୍ରକଟ କରିଥିଲେ। କୁଳପତି ପ୍ରଫେସର ମଧୁମିତା ଦାସ ଉପସ୍ଥିତ ଅଧ୍ୟକ୍ଷମାନଙ୍କୁ ଉଦ୍‌ବୋଧନ ଦେଇ ଶିକ୍ଷା, ଶିକ୍ଷକ ଓ ଶିକ୍ଷାନୁଷ୍ଠାନର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ଏକ ପ୍ରାଣ ଓ ଏକ ମନ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ତା’ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ମଧ୍ୟରେ ଥିବା ବିଭିନ୍ନ ଅସଙ୍ଗତି ଦୂର କରି ସମ୍ପର୍କ ସୁଦୃଢ଼ କରିବା ଉପରେ ଉପସ୍ଥିତ ଅଧ୍ୟକ୍ଷମାନେ ମତବ୍ୟକ୍ତ କରିଥିଲେ। ଶେଷରେ ପରୀକ୍ଷା ନିୟନ୍ତ୍ରକ ଡ. ଏସ୍‌କେ ଅଗ୍ରୱାଲା ଧନ୍ୟବାଦ ଅର୍ପଣ କରିଥିଲେ। ସିଡ଼ିସି ବିଭାଗର ସମସ୍ତ କର୍ମଚାରୀ ସମ୍ମିଳନୀ ପରିଚାଳନାରେ ସକ୍ରିୟ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri