ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ବନ୍ତଳା,୨୨।୬(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର ୧୪ରେ ମୃତ୍ୟୁ ଘଟିଥିଲା। ବେକରେ ସଂକ୍ରମଣ ଯୋଗୁ ମହାବଳର ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଥିବା ବେଳେ ପରବର୍ତ୍ତୀ ସମୟରେ ଏନ୍‌ଟିସିଏର ବିଶେଷଜ୍ଞମାନେ ଭିନ୍ନ ରିପୋର୍ଟ ଦେଇଥିଲେ। ଫଳରେ କେଉଁ କାରଣରୁ ମହାବଳ ମହାବୀରର ମୃତ୍ୟୁ ଘଟିଲା ତାହାକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହି ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବାରୁ ଶୁକ୍ରବାର ଅବସରପ୍ରାପ୍ତ ପିସିସିଏଫ ଶରତ ପଟ୍ଟନାୟକ ସାତକୋଶିଆକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ସମୟରେ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରଦୀପ ରାଜ କରାଟେ, ସାତକୋଶିଆ ଡିଏଫଓ ରାମସ୍ବାମୀ ପି.ଙ୍କ ସମେତ ୩ ଜଣ ଏସିଏଫ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?