ମହାମାୟୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ: ବି.ବ୍ରହ୍ମପୁର ଚାମ୍ପିୟନ

ବୁଗୁଡ଼ା,୯।୩(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ତାଳଶାକର ଗ୍ରାମରେ ଗତ ମାସ ୧୬ ତାରିଖରୁ ଆରମ୍ଭ ହୋଇଥିବା ମହାମାୟୀ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ବି.ବ୍ରହ୍ମପୁର ଟିମ ଓ ଖରିଡ଼ା ଟିମ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବି.ବ୍ରହ୍ମପୁର ଟସ୍‌ ଜିତି ୧୫ ଓଭରରେ ୮ଉଇକେଟ ବିନିମୟରେ ୧୫୩ ରନ୍‌ କରିଥିବା ବେଳେ ଜବାବ୍‌ରେ ଖରିଡ଼ା ଟିମ୍‌ ୧୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୭୦ ରନ୍‌ କରି ପରାସ୍ତ ହୋଇଥିଲା। ଫଳରେ ବି.ବ୍ରହ୍ମପୁର ଟିମ ବିଜୟୀ ଘୋଷିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଜିଲାପରିଷଦ ସଭ୍ୟ ଭୁବନେଶ୍ୱରୀ ଖଟାଇ ଓ ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲା ପରିଷଦ ସଭ୍ୟ ଖଦାଳ ଖଟାଇ, କ୍ରୀଡ଼ା ଶିକ୍ଷକ ବି. ଗୋପାଳ ଚନ୍ଦ୍ର ପାତ୍ର ପ୍ରମୁଖ ଯୋଗ ଦେଇ ବିଜୟୀ ଦଳକୁ ଚାମ୍ପିୟନ ସିଲ ଓ ଖରିଡ଼ା ଦଳକୁ ରନର୍ସଅପ୍‌ ସିଲ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri