ମହାରାଷ୍ଟ୍ରରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ସେ ପରିବାର ଲୋକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିଲେ। ଶନିବାର ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀରୁ ଫୋନ ଆସିଥିଲା। ଏହା ଶୁଣିବା ପରେ ପରିବା ଲୋକେ ସରପଞ୍ଚ ଓ ବ୍ଲକ ଅଧ୍ୟକ୍ଷଙ୍କୁ ଭେଟି ମୃତଦେହକୁ ଆଣିବା ବ୍ୟବସ୍ଥା କରିବାକୁ ଜିଲା ପ୍ରଶାସନକୁ ଲିଖିତ ଅନୁରୋଧ କରିଥିଲେ। ଜିଲା ପ୍ରଶାସନ ଓ ଶ୍ରମ ବିଭାଗ ଉଦ୍ୟମରେ ଆମ୍ବୁଲାନ୍ସରେ ମୃତଦେହ ଆସିଥିଲା। ପରେ ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁ, ଥାନା ଅଧିକାରୀ ରମାକାନ୍ତ ପାତ୍ର, ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ପ୍ରମୁଖଙ୍କ ଉପସ୍ଥିତିରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri