Posted inଜାତୀୟ

ମହାରାଷ୍ଟ୍ରରେ ଆରମ୍ଭ ହେଲା ‘ଅପରେଶନ୍‌ ଲୋଟସ୍‌’, ଏହି ୪ ନେତାଙ୍କୁ ମିଳିଲା ମ୍ୟାଜିକ୍‌ ନମ୍ବର ଜୁଟାଇବା ଦାୟିତ୍ୱ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଏନସିପି ବିଧାୟକ ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ କରିଛି ଭାଜପା। ଏବେ ବିଧାନସଭାରେ ଫ୍ଲୋର ଟେଷ୍ଟ ପାସ୍‌ କରିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କ ପାଇଁ ଚ୍ୟାଲେଞ୍ଜ ହୋଇଛି। ସଂଖ୍ୟାବଳରେ ଭାଜପାକୁ ହରାଇବା ପାଇଁ ଏକ ହୋଇଛନ୍ତି କଂଗ୍ରେସ, ଶିବସେନା ଏବଂ ଏନସିପିର ଗୋଟିଏ ଗୋଷ୍ଠୀ। କାରଣ ଅଜିତ ପାୱାର ଯେଉଁ ସମର୍ଥନ ଦେଇଛନ୍ତି ତାହା ଏନସିପିର ନୁହେଁ, ଏହା ତାଙ୍କର ବ୍ୟକ୍ତିଗତ ସମର୍ଥନ ବୋଲି ଏନସିପି ସୁପ୍ରିମୋ ଶରଦ ପାୱାର କହିଛନ୍ତି। ଏସବୁ ଭିତରେ ସଂଖ୍ୟା ଜୁଟାଇବା ପାଇଁ ଭାଜପା ଅପରେଶନ ଲୋଟସ ଆରମ୍ଭ କରିଛି। ନାରାୟଣ ରାଣେ, ରାଧାକୃଷ୍ଣ ପାଟିଲ, ଗଣେଶ ନାଇକ ଏବଂ ବବନରାଓ ପଚପୁତେଙ୍କୁ ବହୁମତ ଜୁଟାଇବା ଦାୟିତ୍ୱ ଦେଇଛି ଭାଜପା। ସୂଚନାଯୋଗ୍ୟ, ଅଜିତ ପାୱାର ଦଳର ନିଷ୍ପତ୍ତି ବିରୋଧରେ ପଦକ୍ଷେପ ନେଇଥିବାରୁ ଏବେ ଶରଦ ପାୱାର ଏକାକୀ ଦଳର ବିଧାୟକଙ୍କୁ ଏକ କରିଛନ୍ତି। ଆଗାମୀ ଦିନରେ ଭାଜପାକୁ ବିଧାନସଭା ଆସ୍ଥା ଭୋଟରେ ହରାଇବା ପରେ ଶିବସେନା ଓ କଂଗ୍ରେସ ସହ ମିଶି ସରକାର ଗଢ଼ିବାକୁ ପାୱାର ଚିନ୍ତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?