Posted inଜାତୀୟ

ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି

ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍‌ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟିଛି। ଏହି ସାକ୍ଷାତକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଥିବାବେଳେ ଚାଷୀ ସମସ୍ୟା ସମ୍ପର୍କରେ ରାଜ୍ୟପାଳଙ୍କ ସହ ଆଲୋଚନା ହୋଇଥିବା ଶିବସେନା ନେତା ଆଦିତ୍ୟ ଠାକ୍‌ରେ କହିଛନ୍ତି। ସେହିପରି ସରକାର ଗଠନ ନେଇ ଦଳ ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ତାଙ୍କ ପୁଅ ତଥା ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବିଦାର ଆଦିତ୍ୟ ପ୍ରକାଶ କରିଛନ୍ତି। ଇତିମଧ୍ୟରେ ବରିଷ୍ଠ ଶିବସେନା ନେତା ସଞ୍ଜୟ ରାଉତ୍‌ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଥିବା ଜଣାପଡ଼ିଛି।
୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ସପ୍ତାହେ ପରେ ବି ସରକାର ଗଠନ ନେଇ ଅନିଶ୍ଚିତତା ଦୂର ହୋଇନାହିଁ। କ୍ଷମତା ଭାଗବଣ୍ଟାକୁ ନେଇ ୫୦:୫୦ ସୂତ୍ର ଆପଣାଯାଉ ବୋଲି ଶିବସେନା ଦାବି କରୁଥିବାବେଳେ ଏପରି କୌଣସି ପ୍ରତିଶ୍ରୁତି ନିର୍ବାଚନ ପୂର୍ବରୁ ଦିଆଯାଇ ନ ଥିବା ଭାଜପା ପକ୍ଷରୁ କୁହାଯାଇଛି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ବୁଧବାର ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଗୁରୁବାର ଶିବସେନା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ସେନା ଭବନରେ ଅନୁଷ୍ଠିତ ବୈଠକରେ ଆଦିତ୍ୟ ଠାକ୍‌ରେ ବିଧାୟକ ଦଳ ନେତା ପାଇଁ ଅନୁଭବୀ ନେତା ଏକ୍‌ନାଥ ସିନ୍ଧେଙ୍କ ନାମ ପ୍ରସ୍ତାବ ଦେଇଥିଲେ। ସେହିପରି ଗୃହରେ ମୁଖ୍ୟ ସଚେତକ ଭାବେ ସୁନୀଲ ପ୍ରଭୁଙ୍କ ନାମ ପ୍ରସ୍ତାବ ଦେଇଥିଲେ। ଉଭୟେ ନିଦ୍ଦର୍‌ବନ୍ଦ୍ୱରେ ନିର୍ବାଚିତ ହେବା ପରେ ରାତିରେ ଶିବସେନାର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଥିଲେ। ସପ୍ତାହେ ମଧ୍ୟରେ ଏହା ହେଉଛି ରାଜ୍ୟପାଳଙ୍କ ସହ ଶିବସେନାର ଦ୍ୱିତୀୟ ସାକ୍ଷାତ। ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ବିଧାୟକ ହୋଇଥିବା ଆଦିତ୍ୟ ଏହାକୁ ନେଇ କହିଛନ୍ତି, ଝଡ଼ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ଓ ମତ୍ସ୍ୟଜୀବୀଙ୍କ ଡଙ୍ଗା ଭାଙ୍ଗିଯାଇଛି। ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ସମ୍ପର୍କରେ ରାଜ୍ୟପାଳଙ୍କ ସହ ଆଲୋଚନା ହୋଇଛି। ସରକାର ଗଠନ ନେଇ ତାଙ୍କର କିଛି କହିବାର ନାହିଁ। ଏସମ୍ପର୍କରେ ଯାହା କହିବାର ଅଛି ଉଦ୍ଧବଜୀ କହିବେ। ତାଙ୍କ କଥା ଚୂଡ଼ାନ୍ତ ବୋଲି ଆଦିତ୍ୟ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଶିବସେନା ମୁଖ୍ୟମନ୍ତ୍ରୀ ପଦ ପାଇଁ ନିଜ ଦାବିରୁ ଓହରି ନ ଥିବା ଏହାର ମୁଖପତ୍ର ‘ସାମ୍ନା’ରେ ସଙ୍କେତ ଦିଆଯାଇଛି। ଭାଜପା ନିଜ ସହଯୋଗୀଙ୍କୁ ନେଇ ‘ବ୍ୟବହାର କର ଓ ଫିଙ୍ଗ’ ନୀତି ଆପଣାଇଥିବା ଏଥିରେ କୁହାଯାଇଛି। ପ୍ରକାଶ ଯେ, ନିର୍ବାଚନରେ ଭାଜପାକୁ ୧୦୫ ଓ ଶିବସେନାକୁ ୫୬ ଆସନ ମିଳିଛି। ଏନ୍‌ସିପି ୫୪ ଆସନରେ ସଫଳତା ପାଇଥିବାବେଳେ କଂଗ୍ରେସକୁ ୪୪ ଆସନ ମିଳିଛି। ସରକାର ଗଠନ ପାଇଁ କୁହୁକ ସଂଖ୍ୟା ୧୪୫ ହୋଇଥିବାବେଳେ ଭାଜପାର ଏକଜିଦିଆ ଆଭିମୁଖ୍ୟ ଶିବସେନା ସହ ବିରୋଧୀଙ୍କୁ ନିକଟତର କରିଛି ବୋଲି ବିଶ୍ଳେଷକମାନେ ମତଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri