Posted inଜାତୀୟ

ମହାରାଷ୍ଟ୍ରରେ ଚାଷୀଙ୍କ ପାଇଁ ଖୁସି ଖବର: ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କଲେ ସରକାର

ମୁମ୍ବାଇ,୬।୩: ମହାରାଷ୍ଟ୍ର ବିଧାନସଭାରେ ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ମହାରାଷ୍ଟ୍ରରେ ଶାସନ କ୍ଷମତା ହାତେଇଥିବା ଶିବସେନାର ଏହା ପ୍ରଥମ ବଜେଟ। ଗୃହରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଅଜିତ ପାଓ୍ବାର ଚଳିତ ବର୍ଷର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଉକ୍ତ ବଜେଟରେ ଚାଷୀଙ୍କ ପାଇଁ ଖୁସି ଖବର ରହିଛି। ରାଜ୍ୟରେ ୨ଲକ୍ଷ ଚାଷୀଙ୍କର ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କରାଯିବାକୁ ଘୋଷଣା କରାଯାଇଛି। ସେହପରି ମହାରାଷ୍ଟ୍ରରେ ୮୦ ପ୍ରତିଶତ ସ୍ଥାନୀୟ ଲୋକଙ୍କୁ ରୋଜଗାର ଯୋଗାଇଦେବା ପାଇଁ ସରକାର ଆଇନ ତିଆରି କରିବେ ବୋଲି ପାଓ୍ବାର ଏହି ବଜେଟ ମାଧ୍ୟମରେ କହିଛନ୍ତି। ଏଥିସହ ରାଜ୍ୟରେ ଡାକ୍ତରଙ୍କ ସଂଖ୍ୟା ବୃଦ୍ଧି କରାଯିବା ସହ ନୂଆ ମେଡିକାଲ କଲେଜ ମଧ୍ୟ ଖୋଲାଯିବ। ଚଳିତ ବର୍ଷ ବଜେଟ ସାଧାରଣ ଲୋକ ଓ ଚାଷୀଙ୍କୁ ସୁହାଇଲା ବୋଲି କରାଯାଇଥିବା କୁହାଯାଉଛି। ଅପରପକ୍ଷେ ବଜେଟ ଉପସ୍ଥାନ ପୂର୍ବରୁ ପାଓ୍ବାର ଏକ ଆର୍ଥିକ ସର୍ଭେ ଉପସ୍ଥାପନ କରିଥିଲେ। ଏହି ସର୍ଭେ ଅନୁସାରେ ଗତବର୍ଷ ଅପେକ୍ଷା ମହାରାଷ୍ଟ୍ରରେ ଚଳିତ ବର୍ଷ ୫୭ହଜାର କୋଟି ଟଙ୍କା ବା ପ୍ରାୟ ୪୭୧୬୪୨ କୋଟି ଟଙ୍କାର ଋଣ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?