Posted inଜାତୀୟ

ମହାରାଷ୍ଟ୍ରରେ ନିର୍ବାଚନୀ ବିଗୁଲ୍‌ ବଜାଇଲେ ମୋଦି

ନାଶିକ୍‌,୨୦-୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସେଠାରେ ଭାଜପା ପାଇଁ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ପାକିସ୍ତାନ ସପକ୍ଷବାଦୀ ମନ୍ତବ୍ୟ ପାଇଁ ମୋଦି ତାଙ୍କ ଉପରେ ବର୍ଷିଛନ୍ତି। ଅତୀତରେ ରାଜନୈତିକ ଅସ୍ଥିରତା ପାଇଁ ରାଜ୍ୟ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିଲା। ଭାଜପା ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ପାଇ ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ୫ ବର୍ଷର ସ୍ଥିର ସରକାର ଦେଇପାରିଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କର ଉଚ୍ଚପ୍ରଶଂସା କରିଥିଲେ।
ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ସମ୍ପର୍କରେ ମୋଦି କହିଥିଲେ, ଏହା ୧୩୦ କୋଟି ଭାରତୀୟଙ୍କ ଇଚ୍ଛା ଥିଲା। କଶ୍ମୀରକୁ ନୂଆ ସ୍ବର୍ଗରେ ପରିଣତ କରିବା ତାଙ୍କର ସ୍ବପ୍ନ। ଏହାକୁ ପୂରଣ କରିବା ପାଇଁ ସେ ଅନ୍ୟମାନଙ୍କ ସହଯୋଗ ଲୋଡ଼ିଥିଲେ। ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ୩୭୦ ଉଚ୍ଛେଦ ନିଷ୍ପତ୍ତି ପାଇଁ ବିରୋଧୀ ଦଳ ସରକାରଙ୍କୁ ସମର୍ଥନ କରିବା ପରିବର୍ତ୍ତେ ହୀନ ରାଜନୈତିକ ଉଦ୍ଦେଶ୍ୟ ରଖି ସମାଲୋଚନା କରୁଛନ୍ତି। ରାହୁଲ ଗାନ୍ଧୀଙ୍କ ନାଁ ନ ନେଇ ମୋଦି କହିଥିଲେ, କଂଗ୍ରେସ ନେତାଙ୍କ ମନ୍ତବ୍ୟକୁ ଅନ୍ୟ ଦେଶ ଓ ଆତଙ୍କବାଦୀ ସଂଗଠନ ଭାରତ ବିରୋଧରେ ବ୍ୟବହାର କରୁଛନ୍ତି। ପାଓ୍ବାରଙ୍କ ଭଳି ଅଭିଜ୍ଞ ନେତା ଭୋଟ ପାଇଁ ଭୁଲ୍‌ ମନ୍ତବ୍ୟ ଦେବା ତାଙ୍କୁ ଦୁଃଖିତ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଅଯୋଧ୍ୟା ଜମି ବିବାଦ ମାମଲା ସୁପ୍ରିମକୋର୍ଟଙ୍କ ବିଚାରାଧୀନ ଥିବାରୁ ଏହା ଉପରେ ମନ୍ତବ୍ୟ ପ୍ରଦାନରୁ ଦୂରେଇ ରହିବାକୁ ପ୍ରଧାନମନ୍ତ୍ରୀ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। ସେ କାହା ନାଁ ନେଇ ନ ଥିଲେ ହେଁ ଶିବସେନାକୁ ଲକ୍ଷ୍ୟ କରି ଏହା କହିଥିବା ଚର୍ଚ୍ଚା ହେଉଛି। ପ୍ରକାଶ ଯେ, ୩୭୦ ଉଚ୍ଛେଦ ଭଳି ରାମମନ୍ଦିର ନିର୍ମାଣ ଲାଗି ମୋଦି ସରକାର ସାହସିକ ପଦକ୍ଷେପ ନେବାକୁ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗତ ସୋମବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri