Posted inଜାତୀୟ

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ ରହିଯାଇଥିବା ୪୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାୟୁସେନା ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ବାୟୁସେନା ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ନିୟୋଜିତ କରାଯାଇଛି। ସାନ୍ତାକ୍ରୁଜ୍‌ ଅଞ୍ଚଳରେ ବଜ୍ରପାତରେ ମାଆପୁଅଙ୍କ ମୃତ୍ୟୁ ହୋଇଥିବାବେଳେ ଧରାବୀରେ ଜଣେ ଯୁବକ ଭାସିଯାଇଛନ୍ତି। ପୁଣେରେ ଡ୍ରେନପାଣିରେ ଭାସିଯାଇ ଦୁଇଜଣଙ୍କ ମୃତ୍ୟୁ ହୋଇଛି।
ଶନିବାର ରାତିସାରା ପ୍ରବଳ ବର୍ଷା ଫଳରେ ମହାନଗରୀ ସମେତ ଆଖପାଖ ଅଞ୍ଚଳରେ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି। ରବିବାର ସକାଳେ ଟ୍ରେନ୍‌ ଓ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପାଲଘର ଜିଲାରେ ଜଣେ ୧୬ ବର୍ଷର ନାବାଳକ ବନ୍ୟାପାଣିରେ ଭାସିଯାଇଛନ୍ତି। କ୍ରମାଗତ ଦୁଇଦିନ ଧରି ବର୍ଷା ଲାଗିରହିବା ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଠାଣେ, ପାଲଘର ଜିଲା ଓ ନଓ୍ବି ମୁମ୍ବାଇ ସହରରେ ଦୁଇଦିନ ଧରି ଅବାରିତ ବର୍ଷା ଫଳରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ିପଡ଼ିଛି। ୨୪ ଘଣ୍ଟାରେ ମୁମ୍ବାଇରେ ୧୦୦ ମିଲିମିଟର ବର୍ଷା ହୋଇଥିବାବେଳେ ଠାଣେ ଓ ନଓ୍ବି ମୁମ୍ବାଇରେ ୨୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି। ବିଭିନ୍ନ ରୁଟ୍‌ରେ ଲୋକାଲ ଟ୍ରେନ୍‌ ଚଳାଚଳ ବାତିଲ ଯୋଗୁ ଦୈନନ୍ଦିନ ଯାତ୍ରୀ ଅଫିସ ଯିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ରେଳଲାଇନ୍‌ ବର୍ଷାପାଣିରେ ବୁଡ଼ି ରହିଛି। ପୁଣେ-ମୁମ୍ବାଇ ଲାଇନରେ ମଧ୍ୟ ଟ୍ରେନ ଚଳାଚଳ ବନ୍ଦ ରହିଛି। ଦୁରନ୍ତୋ, କୋଣାର୍କ ଏକ୍ସପ୍ରେସ୍‌, ଅମୃତସର ଏକ୍ସପ୍ରେସ୍‌, ଦେବଗିରି ଏକ୍ସପ୍ରେସ ଭଳି ଦୂରଗାମୀ ଟ୍ରେନ୍‌ଗୁଡିକ ବିଭିନ୍ନ ସ୍ଥାନରେ ଅଟକି ରହିଛି। ବର୍ଷା ସାଙ୍ଗକୁ ଜୋରରେ ପବନ ବହିବା ଫଳରେ ସମୁଦ୍ରରେ ଉଚ୍ଚ ଜୁଆର ଆସିଛି। ଯାହା ଫଳରେ ବର୍ଷାପାଣି ନିଷ୍କାସନରେ ସମସ୍ୟା ସୃଷ୍ଟି ହୋଇଛି। ମିଠି ନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ବିପନ୍ନମାନଙ୍କୁ ରିଲିଫ କ୍ୟାମ୍ପକୁ ନିଆଯାଇଛି। ସେମାନଙ୍କୁ ଖାଦ୍ୟ ପ୍ୟାକେଟ ଓ ପାଣି ଯୋଗାଇ ଦିଆଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି। ବାର୍ଭି ଏବଂ ଉଲାସ ନଦୀକୂଳିଆ ଅଞ୍ଚଳର ଲୋକମାନଙ୍କୁ ନିରାପଦ ସ୍ଥାନକୁ ଚାଲିଯିବା ପାଇଁ ଠାଣେ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଠାଣେ, ରତ୍ନଗିରି ଓ ପୁଣେରେ ସୋମବାର ସ୍କୁଲ କଲେଜ ଛୁଟି କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri