ମହାରାଷ୍ଟ୍ରରେ ବଢିବ ଲକ୍‌ଡାଉନ ଅବଧି !

ମୁମ୍ବାଇ,୩୦।୫: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ମହାରାଷ୍ଟ୍ରର ସ୍ଥିତି ସବୁଠାରୁ ଉଦ୍‌ବେଗଜନକ ରହିଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ କରୋନାରେ ଆକ୍ରାନ୍ତ ହେଉଥିବାରୁ ଆଗକୁ ମୁମ୍ବାଇ ଓ ପୁନେ ଭଳି ହଟ୍‌ସ୍ପଟରେ ଲକ୍‌ଡାଉନ ଅବଧି ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି। ଅବଶ୍ୟ ଏ ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସାମାନ୍ୟ ସୂଚନା ଦେଇଛନ୍ତି। ଠାକରେ କହିଛନ୍ତି ଆଗାମୀ ୧୫ ଦିନ ଆମ ପାଇଁ ବେଶ୍‌ କ୍ଷତିକାରକ। ଏହି ସମୟରେ ପ୍ରତିଟି ନାଗରିକ କରୋନା ସହ ଲଢିବା ସମୟରେ ଅଧିକ ସାବଧାନତା ଅବଲମ୍ବନ କରିବା ଦରକାର। ଏପଟେ ଆଉ ଗୋଟିଏ ଦିନପରେ ଲକ୍‌ଡାଉନ ୪.୦ର ଅବଧି ସରି ଆସିଥିବା ବେଳେ ଏପଟେ କିନ୍ତୁ କରୋନା ସଂକ୍ରମଣ କମ୍‌ ହେବାର ନାଁ ନେଉନି। ତେଣୁ ଉଦ୍ଧବ କହିଛନ୍ତି ନୂଆ ଲକ୍‌ଡାଉନକୁ ନେଇ କେନ୍ଦ୍ର ସରକାର ଗାଇଡ ଲାଇନ ଜାରି କରିସାରିବା ପରେ ରାଜ୍ୟ ସରକାର ତାଙ୍କର ଯୋଜନା ବିଷୟରେ ଉଲ୍ଲେଖ କରିପାରନ୍ତି। ଏଥିରୁ ଅନୁମାନ କରାଯାଉଛି କି ମୁଖ୍ୟମନ୍ତ୍ରୀ ଠାକରେ ମହାରାଷ୍ଟ୍ରରେ ଲକ୍‌ଡାଉନ ଅବଧି ବୃଦ୍ଧି କରିପାରନ୍ତି। ଅନ୍ୟପଟେ ସେ କହିଛନ୍ତି ଏବେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ହେଲେ ଆଗାମୀ ୧୫ ଦିନ ଯଦି ଆମେ ସାବଧାନ ନ ରହୁ ତେବେ ଏହାର ଓଲଟା ପ୍ରଭାବ ପଡିବାର ଯଥେଷ୍ଟ ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦ ହଜାର ଅତିକ୍ରମ କରି ସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୧ ହଜାର ଅତିକ୍ରମ କରି ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri