ମହାରାଷ୍ଟ୍ରରେ ୨,୫୬୨ ପୋଲିସ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୩

ମୁମ୍ବାଇ, ୭।୬: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଆଗୁଆ ରହିଛି। ରାଜ୍ୟ ପୋଲିସ ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟ ପୋଲିସ ବିଭାଗର ୨,୫୬୨ ଜଣ କରୋନରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ଯୋଦ୍ଧା ବୋଲାଉଥିବା ପୋଲିସଙ୍କ ପାଇଁ ରାଜ୍ୟ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ମୃତ ପୋଲିସଙ୍କ ପରିବାରକୁ ୬୫ ଲକ୍ଷର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ । ଏହା ସହିତ ପରିବାର ଜଣେ ସଦସ୍ୟଙ୍କୁ ସରକାରି ନିଯୁକ୍ତି ସୁଯୋଗ ମଧ୍ୟ ମିଳିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ହଜାର ୯୬୮ ରହିଛି। ସେଥିମଧ୍ୟରୁ ୩୭ ହଜାର ୩୯୦ ସୁସ୍ଥ ହୋଇ ସାରିଛନ୍ତି। ଏବେ ୪୨ ହଜାର ୬୦୯ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଅପରପକ୍ଷରେ ଇତିମଧ୍ୟରେ ୨,୯୬୯ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?