ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୬୪୮ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୧ ଜଣ ସୁସ୍ଥ ହୋଇ ସାରିଲେଣି ଓ ୫ ଜଣଙ୍କ ମୃତ୍ୟୁ ହୋଇଛି। କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ରାଜ୍ୟମାନଙ୍କରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବାକୁ ଏମାନେ ସାଜିଥିଲେ କରୋନା ଯୁଦ୍ଧର ଆଗଧାଡିର ଯୋଦ୍ଧା। ଏବେ ଏମାନେ ମଧ୍ୟ କରୋନା କବଳରୁ ବର୍ତ୍ତି ପାରି ନାହାନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୯,୦୬୩। ଯାହା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।

Share