ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା ଏହି ଟ୍ରେନ୍‌ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ବଲାଙ୍ଗୀର ଜିଲାର ୧୫୪ ପ୍ରବାସୀ ସମେତ ଅନ୍ୟ ୨୩ ଜିଲାର ସମୁଦାୟ ୫୫୨ ଜଣ ଏଠାରେ ଓହ୍ଳାଇଥିଲେ। ସମସ୍ତଙ୍କ ପଞ୍ଜୀକରଣ, ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଇ ସମସ୍ତ ପ୍ରବାସୀଙ୍କ ବିଭିନ୍ନ ଜିଲାର କ୍ୱାରାଣ୍ଟାଇନ୍‌ ସେଣ୍ଟରମାନଙ୍କୁ ନିଆଯାଇଥିଲା। ସନ୍ଧ୍ୟା ପ୍ରାୟ ୮ଟାରେ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ତେଲେଙ୍ଗାନାର ବୋଲାରମ୍‌ଠାରୁ ଆସି ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ଆସିଥିବା ସମସ୍ତ ପ୍ରବାସୀଙ୍କୁ ପଞ୍ଜୀକରଣ ଓ ସ୍ବାସ୍ଥ୍ୟ ପରୀକ୍ଷା ପରେ ବିଭିନ୍ନ ଜିଲାକୁ ପଠାଯିବ ବୋଲି ଜଣାପଡିଛି। ନିୟମିତ ଟ୍ରେନ୍‌ ଆସିବା ଓ ଏହି କାରଣରୁ ବଲାଙ୍ଗୀର ସହରର ବିଭିନ୍ନ ରାସ୍ତାଘାଟରେ କର୍ଫ୍ୟୁ ଲଗାଯିବାକୁ ନେଇ ବଲାଙ୍ଗୀରରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ବୁଧବାର କେବଳ ରେଳଷ୍ଟେଶନ୍‌ ଅଞ୍ଚଳରେ ୧୪୪ ଧାରା ଓ କର୍ଫ୍ୟୁ ଲଗାଯାଇଥିଲା। ଗୁରୁବାର ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ତାମିଲନାଡୁର ଥିରୁଭଲ୍ଲାର ଷ୍ଟେଶନ୍‌ରୁ ଆସି ପୂର୍ବାହ୍ନ ୧୦ଟା ୧୦ରେ ବଲାଙ୍ଗୀର ପହଞ୍ଚିବ। ଏଣୁ ଗୁରୁବାର ମଧ୍ୟ ରେଳ ଷ୍ଟେସନ ଅଞ୍ଚଳରେ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର କର୍ଫ୍ୟୁ ଜାରି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri