Posted inଜାତୀୟ

ମହାରାଷ୍ଟ୍ର ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୧୩ା୭(ଆଇଏଏନ୍‌ଏସ୍‌): ମରାଠାମାନଙ୍କ ପାଇଁ ସ୍ଥାନ ସଂରକ୍ଷଣ ଉପରେ ରହିତାଦେଶ ଦେବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଏହି ସମ୍ପ୍ରଦାୟ ପାଇଁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଦିଆଯାଇଥିବା ସଂରକ୍ଷଣ ବ୍ୟବସ୍ଥାକୁ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିବା ବେଳେ ଖଣ୍ଡପୀଠ ଏହା ଉପରେ ମହାରାଷ୍ଟ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ମରାଠା କୋଟା ୨୦୧୮ ନଭେମ୍ବରରେ କାର୍ଯ୍ୟକାରୀ କରାଯାଇଥିଲା। ବମ୍ବେ ହାଇକୋର୍ଟ ଏହାକୁ କାଏମ ରଖିବା ସହ କାର୍ଯ୍ୟକାରୀ କରାଇବା ଲାଗି ନିର୍ଦ୍ଦେଶ ଦେଇଥିଲେ।
ସର୍ବୋଚ୍ଚ ଅଦାଲତ ସ୍ଥାନ ସଂରକ୍ଷଣ ଉପରେ ରହିତାଦେଶ ଦେବାକୁ ମନା କରିଦେଇଥିବାରୁ ଏହା ରାଜ୍ୟ ସରକାରଙ୍କୁ ଆଶ୍ୱସ୍ତ କରିଛି। କୋଟା ସୁବିଧା ୨୦୧୮ ନଭେମ୍ବରରୁ ଜାରି ରହିବ ବୋଲି ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ନିଶାନ୍ତ କଟନେଶ୍ୱରକର କହିଛନ୍ତି। ଏହି କୋଟା ଆଇନର ସାମ୍ବିଧାନିକ ବୈଧତାକୁ ବମ୍ବେ ହାଇକୋର୍ଟ କାଏମ ରଖିଥିଲେ। ତେବେ ଏହି ସ୍ଥାନ ସଂରକ୍ଷଣ କେବଳ ମରାଠାମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଏହାକୁ ୨୦୧୪ରୁ କାର୍ଯ୍ୟକାରୀ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଥିଲେ। ୧୬ ପ୍ରତିଶତ ସଂରକ୍ଷଣ ଠିକ୍‌ ନୁହେଁ ବୋଲି ହାଇକୋର୍ଟ କହିବା ସହିତ ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ ସୁପାରିସ୍‌ ଅନୁଯାୟୀ ଏହାକୁ ୧୨ରୁ ୧୩ ପ୍ରତିଶତ ମଧ୍ୟରେ ସୀମିତ ରଖାଯିବା ଆବଶ୍ୟକ ବୋଲି କହିଥିଲେ। କୋଟାର ସାମ୍ବିଧାନିକ ବୈଧତା ସମ୍ପର୍କିତ ହାଇକୋର୍ଟଙ୍କ ରାୟକୁ ଜେ. ଲକ୍ଷ୍ମଣ ରାଓ ପାଟିଲ ଚ୍ୟାଲେଞ୍ଜ କରିଥିଲେ।
୨୦୧୮ ନଭେମ୍ବର ୩୦ରେ ମହାରାଷ୍ଟ୍ର ବିଧାନସଭାରେ ମରାଠାମାନଙ୍କ ଲାଗି ୧୬ ପ୍ରତିଶତ ସଂରକ୍ଷଣ ସୁବିଧା ଦେବା ଲାଗି ବିଲ୍‌ ଗୃହୀତ ହୋଇଥିଲା। ସମ୍ବିଧାନର ୧୦୨ତମ ସଂଶୋଧନ ଅନୁଯାୟୀ ଯଦି ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରସ୍ତୁତ ତାଲିକାରେ ସ୍ଥାନ ପାଇଥାଏ, ତେବେ ତାହାକୁ ସଂରକ୍ଷଣ ସୁବିଧା ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri