ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପାଟଣା ମୁଖ୍ୟାଳୟସ୍ଥିତ ପ୍ରାଚୀନ ଶୈବପୀଠ ଆନନ୍ଦେଶ୍ୱର ମହାଦେବ, ବୈତରଣୀ ନଦୀ କୂଳରେ ଅବସ୍ଥିତ ପରମେଶ୍ୱର ମହାଦେବ, ସ୍ବାମ ଶାସନର ସୋମେଶ୍ୱର ମହାଦେବ ମନ୍ଦିର ସହ ତୁରୁମୁଙ୍ଗା, ସରାସକୋଲା, ମଲ୍ଲୀପଶି, ଚିଲିଦା, କେନ୍ଦେଇପଶି ଓ ଟାଙ୍ଗରଡ଼ା ଆଦି ଗ୍ରାମରେ ଥିବା ଶୈବପୀଠରେ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ପାଟଣା ମୁଖ୍ୟାଳୟସ୍ଥିତ ଆନନ୍ଦେଶ୍ୱର ଶିବମନ୍ଦିରରେ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ଘଟିଛି। ମନ୍ଦିର ପରିଚାଳନା କମିଟି ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ରାତ୍ରି ୧୧ ଟାରେ ମହାଦୀପ ପ୍ରଜ୍ବଳିତ ହେବା ସକାଶେ ସମୟ ନିର୍ଘଣ୍ଟ ହୋଇଛି। ଶନିବାରଠାରୁ ଆନନ୍ଦେଶ୍ୱରଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭ ହେବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପାଟଣା ପୋଲିସ, ସ୍ଥାନୀୟ ମହାବିଦ୍ୟାଳୟର ସ୍କାଉଟ ଗାଇଡ ଛାତ୍ରୀଛାତ୍ର, ଜିଏନ୍‌ ହାଇସ୍କୁଲ ଓ ବାଳିକା ବିଦ୍ୟାଳୟର ଛାତ୍ରୀଙ୍କ ତରଫରୁ ଭକ୍ତମାନଙ୍କୁ ଶୃଙ୍ଖଳାର ସହ ଦେବ ଦର୍ଶନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri