Posted inଖେଳ

ମହାଷ୍ଟମୀରେ ଦେଶବାସୀଙ୍କୁ ଉପହାର: ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କଲା ଭାରତ

ବିଶାଖାପାଟଣା,୬।୧୦: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କରିଛି। ଦୁଇଟି ଇନିଂଶରେ ରୋହିତ ଶର୍ମାଙ୍କ ଶତକ ଏବଂ ଆର. ଅଶ୍ୱିନ୍‌, ମହମ୍ମଦ ସାମି, ରବିନ୍ଦ୍ର ଜାଡେଜାଙ୍କ ଘାତକ ବୋଲିଂ ଯୋଗୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି ଭାରତ। ୩୯୫ ରନର ବିଜୟ ଲକ୍ଷକୁ ପିଛା କରି ଦକ୍ଷିଣ ଆଫ୍ରିକା ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ସିରିଜରେ ୧-୦ ଆଗୁଆ ରହିଛି। ଦମଦାର ବ୍ୟାଟିଂ ପାଇଁ ରୋହିତ ଶର୍ମାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା। ସିରିଜର ଦ୍ୱିତୀୟ ଟେଷ୍ଟ ୧୦ ଅକ୍ଟୋବରରୁ ପୁଣେ ଖେଳାଯିବ। ବିଶାଖପାଟଣାରେ ଚାଲିଥିବା ଏହି ମ୍ୟାଚରେ ଟସ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିଥିଲା। ପ୍ରଥମ ଇନିଂସରେ ଭାରତ ମୋଟ ୫୦୨ ରନ କରି ପାଳି ସମାପ୍ତି ଘୋଷଣା କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ମଧ୍ୟ ୪୩୧ ରନ କରି ଅଲଆଉଟ ହୋଇଥିଲା। ଏହାପରେ ଭାରତ ୭୧ ରନର ଅଗ୍ରଣୀ ରହି ଦ୍ୱିତୀୟ ପାଳି ୪ଟି ଉଇକେଟ ହରାଇ ୩୨୩ ରନ କରି ପାଳି ସମାପ୍ତି ଘୋଷଣା କରିଥିଲା। ୩୯୫ ରନର ବିଜୟ ଲକ୍ଷକୁ ପିଛା କରି ଦକ୍ଷିଣ ଆଫ୍ରିକା ଚତୁର୍ଥ ଦିବସରେ ଏକ ଉଇକେଟ ହରାଇ ୧୧ ରନ୍‌ ସଂଗ୍ରହ କରିଥିଲା। ପଞ୍ଚମ ଦିନ ଖେଳ ଆରମ୍ଭ ହେବା କ୍ଷଣି ମହମ୍ମଦ ସାମି ଭାରତକୁ ପ୍ରଥମ ସଫଳତା ଦେଇଥିଲେ। ୬୦ରନ ଭିତରେ ଦକ୍ଷିଣ ଆଫ୍ରିକାର ଅଧା ଟିମ୍‌ ଆଉଟ୍‌ ହୋଇଯାଇଥିଲେ। ସାମି ୫ଟି, ଜାଡେଜା ୪ଟି ଏବଂ ଅଶ୍ୱିନ ଗୋଟିଏ ଉଇକେଟ ନେଇ ଦକ୍ଷିଣ ଆଫ୍ରିକାକୁ ଧରାଶାୟୀ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri