ମହାସିଙ୍ଗିବାସୀଙ୍କ ଭରସା ଚୁଆପାଣି

ବାଲିଗୁଡା,୧୦। ୬(ଡି.ଏନ୍‌.ଏ.)- ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ କନ୍ଧମାଳ ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳ ଓ ଗ୍ରାମାଞ୍ଚଳରେ ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସମସ୍ୟା ଦେଖିବାକୁ ମିଳିଛି ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗଁ। ବ୍ଲକ ମହାସିଙ୍ଗି ପଞ୍ଚାୟତରେ। ମହାସିଙ୍ଗିର ତିନୋଟି ୱାର୍ଡ ମାଠିଆଝୋଲାସାହି, ବେହେର୍ଦ୍ଦଲାଇ ସାହି, ପୁରୁଣାସାହିର ଲୋକେ ପାଣି ପାଇଁ ଚୁଆ ଉପରେ ଭରସା କରୁଛନ୍ତି। ନିକଟସ୍ଥ ଖଡ୍‌ଗନଦୀରେ ଚୁଆ ଖୋଳି ଘଣ୍ଟା ଘଣ୍ଟା ଅପେକ୍ଷା କରି ପାନୀୟ ଜଳ ସଂଗ୍ରହ କରୁଛନ୍ତି। ଗଁ।ରେ ପାଣିଟାଙ୍କି ଅଛି କିନ୍ତୁ ଅଧିକାଂଶ ସମୟରେ ଷ୍ଟାଣ୍ଡପୋଷ୍ଟରେ ପାଣି ଆସୁନି। ସ୍ଥାନୀୟ ଲୋକ କ.ନୂଆଗାଁ ବିଡିଓ ଓ ସ୍ଥାନୀୟ ସରପଞ୍ଚଙ୍କୁ ଅଭିଯୋଗ କଲେ ମଧ୍ୟ ସମସ୍ୟାର ସମାଧାନ ହେଉନାହିଁ। ଫଳରେ ନଦୀ ଓ ଚୁଆ ଜଳ ପିଉଛନ୍ତି। ବିଭିନ୍ନ ସମୟରେ ଏହାଯୋଗୁ ଝାଡାବାନ୍ତି ମଧ୍ୟ ବ୍ୟାପୁଛି। ଏଠାରେ ସୋଲାର ପାନୀୟଜଳ ପ୍ରକଳ୍ପ ନିର୍ମାଣ ପାଇଁ ୧୧ ନମ୍ବର ୱାର୍ଡ ସଭ୍ୟ ପରମାନନ୍ଦ ବେହେର୍ଦ୍ଦଳାଇ, ମହିଳା ମହାସଂଘ ସଭାନେତ୍ରୀ ସୁଷମା ବେହେର୍ଦ୍ଦଳାଇ ଓ ଗୌରାଙ୍ଗ ପାତ୍ରଙ୍କ ସମେତ ମହାସିଙ୍ଗି ପଞ୍ଚାୟତବାସୀ ଦାବି କରିଛନ୍ତି। ତୁରନ୍ତ ପାନୀୟଜଳ ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri