ମହିଁଷାସୁରୀ ପୋଲ ବିପଦସଙ୍କୁଳ

କପ୍ତିପଦା,୧୧ା୧୦(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡ଼ିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ପୋଲର ମଝି ସ୍ଥାନ ଦବିଯିବା ସହିତ ମୂଳଦୁଆରେ ବିରାଟ ଫାଟ ସୃଷ୍ଟି ହୋଇଛି । ଫଳରେ ଏହା ଭୁଶୁଡ଼ି ପଡିବା ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି । ଉକ୍ତ ରାସ୍ତାଟି ଅଞ୍ଚଳର ଏକ ମୁଖ୍ୟ ରାସ୍ତା ହୋଇଥିବା ବେଳେ ଏହା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି। ଖବର ପାଇ ବିଭାଗୀୟ ସହକାରୀ ଯନ୍ତ୍ରୀ ସତ୍ୟବ୍ରତ ନାୟକ ଓ ଯନ୍ତ୍ରୀ ଜଗଦୀଶ ବେହେରା ଘଟଣାସ୍ଥଳକୁ ଯାଇ ଦବି ଯାଇଥିବା ସ୍ଥାନକୁ ବ୍ୟାରିକେଡ କରିବା ସହିତ ନାଲି ପତାକା ଲଗାଇଛନ୍ତି। ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ନେଇ ଏକ ପ୍ରତିନିଧି ଦଳ ଏହି ପୋଲ ପରିଦର୍ଶନ କରି ଫେରିଛନ୍ତି। ଏଠାରେ ଏକ ବଡ ପୋଲ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଥିବା ବିଭାଗ ସୂତ୍ରରୁ ଜଣାଯାଇଛି । ତେବେ ବାରଣ ସତ୍ତ୍ୱେ ଏହି ବିପଦସଙ୍କୁଳ ପୋଲ ଉପରେ ଭାରୀଯାନ ଚଳାଚଳ କରୁଥିବାରୁ ସମସ୍ୟା ମୁଣ୍ଡ ଟେକିଛି । ଭାରୀଯାନ ଚଳାଚଳ ବନ୍ଦ ନ ହେଲେ ପୋଲଟି ଭୁଶୁୁଡି ପଡିବା ସହିତ ସମସ୍ୟା ଦ୍ୱିଗୁଣିତ ହେବ ବୋଲି ଆଶଙ୍କା ସୃଷ୍ଟି ହୋଇଛି। ପୋଲଟି ୪୦ ବର୍ଷ ତଳେ ନିର୍ମାଣ ହୋଇଥିବାବେଳେ ଏହାର ଉଚ୍ଚତା ମଧ୍ୟ ବହୁତ କମ୍‌ । ଏହି ପୋଲ ଉପରେ ଦିନ ରାତି ଭାରୀଯାନ ଚଳାଚଳ କରୁଛି। ଏହିି ରାସ୍ତା ଦେଇ ଯାଇଥିବା କଳମଗଡିଆ ସାରୀଶୁଆ ଅଞ୍ଚଳର ଖାଦାନରୁ ଟ୍ରକ ଓ ଡମ୍ପର ଯୋଗେ ପ୍ରତିଦିନ ପଥର ଚୋରା ଚାଲାଣ ହେଉଛି । ଯାହାକି ପୋଲ ଦବିବାର ଏକ ପ୍ରମୁଖ କାରଣ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହା ବ୍ୟତୀତ ପୋଲର ଉଚ୍ଚତା କମ୍‌ ଥିବାରୁ ନଦୀରେ ପାଣି ଆସିଲେ କିମ୍ବା ସୋନ ମଧ୍ୟମ ଜଳସେଚନ ପ୍ରକଳ୍ପର ଏକାଧିକ ଗେଟ ଖୋଲିଲେ ଉକ୍ତ ପୋଲଟି ପାଣିରେ ବୁଡି ଯାଇଥାଏ । ଫଳରେ ଡ୍ୟାମ ଜଳର ପ୍ରଖର ସ୍ରୋତ ମଧ୍ୟ ପୋଲ ଦବିବା ଓ ଫାଟ ସୃଷ୍ଟି ହେବାର ଅନ୍ୟ ଏକ କାରଣ ହୋଇପାରେ ବୋଲି କୁହାଯାଉଛି। ଏହି ରାସ୍ତାଟି କପ୍ତିପଦା ବ୍ଲକ୍‌ ମୁଖ୍ୟାଳୟ ସହିତ ସହିତ ସଂଯୋଗ ହୋଇଛି । ଯଦି ପୋଲଟି ଭୁଶୁଡ଼ି ପଡେ ତେବେ ୬ଟି ପଞ୍ଚାୟତକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହେବା ସହିତ ପ୍ରାୟ ୪୦ ହଜାର ଜନସାଧାରଣ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଏହି ରାସ୍ତାଟି ବାଲେଶ୍ୱର, ଔପଦା, ସୋର ଓ ଭଦ୍ରକକୁ ସଂଯୋଗ କରୁଥିବା ବେଳେ ଲୋକେ କଟକ, ଭୂବନେଶ୍ୱର ମଧ୍ୟ ଏହି ରାସ୍ତା ଦେଇ ଯାଇଥାନ୍ତି । ଏଠାରେ ଏକ ବଡ ପୋଲ ନିର୍ମାଣ ପାଇଁ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିଲେ ହେଁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri