ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି ରାୟରେ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର କୁଜଙ୍ଗ କୋର୍ଟରେ ମହିମାନନ୍ଦଙ୍କ ଶୁଣାଣି ରହିଥିବାରୁ ସେ ଜାମିନ ସର୍ତ୍ତ ପୂରଣ କରି ଜେଲ୍‌ରୁ ବାହାରିବା ସମ୍ଭାବନା ରହିଛି ବୋଲି ତାଙ୍କ ଓକିଲ ଜୟଦୀପ ପାଲ୍‌ କହିଛନ୍ତି। ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଜାମିନ ପାଇଁ ମହିମାନନ୍ଦ ତଳ କୋର୍ଟଠୁ ଆରମ୍ଭ କରି ସୁପ୍ରିମ୍‌କୋର୍ଟ ପର୍ଯ୍ୟନ୍ତ ଅନେକଥର ଆବେଦନ କରି ବିଫଳ ହୋଇଥିଲେ। ଶେଷରେ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ତାଙ୍କୁ ଜାମିନ ଦେଇଛନ୍ତି। ଗତ ସେପ୍ଟେମ୍ବରରେ ହାଇକୋର୍ଟ ମହିମାନନ୍ଦଙ୍କୁ ତଳ କୋର୍ଟରେ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଅକ୍ଟୋବର ୪ରେ ତଳକୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିବା ପରେ ମହିମାନନ୍ଦ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ସୂଚନାଥାଉ କି, ୨୦୧୬ ଅକ୍ଟୋବର ୨୬ରେ ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁଙ୍କୁ ଦୁର୍ବୃତ୍ତମାନେ ଗୁଳିକରି ହତ୍ୟା କରିଥିଲେ। ଏ ନେଇ ମହେନ୍ଦ୍ରଙ୍କ ବଡ଼ଭାଇ ରାଜକିଶୋର ସ୍ବାଇଁ ପାରାଦୀପ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମହିମାନନ୍ଦଙ୍କ ସମେତ ଓଡ଼ିଶା ଷ୍ଟିବେଡର୍ସ ଲିମିଟେଡ୍‌(ଓଏସ୍‌ଏଲ୍‌)ର ଅନ୍ୟ ଅଧିକାରୀଙ୍କ ନାମରେ ଲୁକ୍‌ଆଉଟ୍‌ ସର୍କୁଲାର ଜାରି କରିଥିଲା। ଏଥିସହ ୧୬ଜଣଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ମହିମାନନ୍ଦଙ୍କୁ ୨୦୧୬ ଡିସେମ୍ବର ୨୫ରେ ବ୍ୟାଙ୍କକ୍‌ରୁ ଗିରଫ କରିଥିଲା। ୨୦୧୭ ଜୁଲାଇରେ ହାଇକୋର୍ଟରୁ ମହିମାନନ୍ଦଙ୍କୁ ଜାମିନ ମିଳିଥିବାବେଳେ ରାଜ୍ୟ ସରକାର ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri