ମହିମା ମିଶ୍ରଙ୍କୁ ଜାମିନ

କଟକ ଅଫିସ,୧୫ା୧୧: ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି ରାୟରେ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର କୁଜଙ୍ଗ କୋର୍ଟରେ ମହିମାନନ୍ଦଙ୍କ ଶୁଣାଣି ରହିଥିବାରୁ ସେ ଜାମିନ ସର୍ତ୍ତ ପୂରଣ କରି ଜେଲ୍‌ରୁ ବାହାରିବା ସମ୍ଭାବନା ରହିଛି ବୋଲି ତାଙ୍କ ଓକିଲ ଜୟଦୀପ ପାଲ୍‌ କହିଛନ୍ତି। ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଜାମିନ ପାଇଁ ମହିମାନନ୍ଦ ତଳ କୋର୍ଟଠୁ ଆରମ୍ଭ କରି ସୁପ୍ରିମ୍‌କୋର୍ଟ ପର୍ଯ୍ୟନ୍ତ ଅନେକଥର ଆବେଦନ କରି ବିଫଳ ହୋଇଥିଲେ। ଶେଷରେ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ତାଙ୍କୁ ଜାମିନ ଦେଇଛନ୍ତି। ଗତ ସେପ୍ଟେମ୍ବରରେ ହାଇକୋର୍ଟ ମହିମାନନ୍ଦଙ୍କୁ ତଳ କୋର୍ଟରେ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଅକ୍ଟୋବର ୪ରେ ତଳକୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିବା ପରେ ମହିମାନନ୍ଦ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ସୂଚନାଥାଉ କି, ୨୦୧୬ ଅକ୍ଟୋବର ୨୬ରେ ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁଙ୍କୁ ଦୁର୍ବୃତ୍ତମାନେ ଗୁଳିକରି ହତ୍ୟା କରିଥିଲେ। ଏ ନେଇ ମହେନ୍ଦ୍ରଙ୍କ ବଡ଼ଭାଇ ରାଜକିଶୋର ସ୍ବାଇଁ ପାରାଦୀପ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମହିମାନନ୍ଦଙ୍କ ସମେତ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌(ଓଏସ୍‌ଏଲ୍‌)ର ଅନ୍ୟ ଅଧିକାରୀଙ୍କ ନାମରେ ଲୁକ୍‌ଆଉଟ୍‌ ସର୍କୁଲାର ଜାରି କରିଥିଲା। ଏଥିସହ ୧୬ଜଣଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ମହିମାନନ୍ଦଙ୍କୁ ୨୦୧୬ ଡିସେମ୍ବର ୨୫ରେ ବ୍ୟାଙ୍କକ୍‌ରୁ ଗିରଫ କରିଥିଲା। ୨୦୧୭ ଜୁଲାଇରେ ହାଇକୋର୍ଟରୁ ମହିମାନନ୍ଦଙ୍କୁ ଜାମିନ ମିଳିଥିବାବେଳେ ରାଜ୍ୟ ସରକାର ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri