ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍‌ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ

ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍‌ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍‌ ହୋଇଥିଲା। ଏହି ଘଟଣାର ୩ ମାସ ପରେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ପୋଲିସ ସେମାନଙ୍କ ନିକଟରୁ ମୋଟ୍‌ ନଗଦ ୪୦ହଜାର ଟଙ୍କା ଜବତ କରିବା ସହ ଲୁଟ୍‌ ଘଟଣାରେ ବ୍ୟବହୃତ ଏକ ବାଇକ୍‌କୁ ମଧ୍ୟ ଜବତ କରିଛି।
ମିଳିଥିବା ସୂଚନାନୁଯାୟୀ, ଏହି ଥାନା ଅନ୍ତର୍ଗତ କାଶିଆ-ଖ ଗ୍ରାମରେ ରହୁଥିବା ନାମସିଂ ମୁଣ୍ଡା ଗତ ସେପ୍ଟେମ୍ବର ୧୬ ତାରିଖରେ ଷ୍ଟେଟ୍‌ବ୍ୟାଙ୍କ ଭଦ୍ରାସାହି ଶାଖାରୁ ୪୦ ହଜାର ଟଙ୍କା ଉଠାଣ କରି ନିଜ ଗ୍ରାମ ଅଭିମୁଖେ ଫେରୁଥିଲେ। ହଠାତ୍‌ ୨ ଲୁଟେରା ଆଖି ପିଛୁଳାକେ ସମସ୍ତ ଟଙ୍କା ଲୁଟିନେଇ ପଳାଇଥିଲେ। ଏ ନେଇ ବଡ଼ବିଲ ଥାନାରେ କେସ୍‌ ନଂ. ୧୭୯/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିଲା। ଦୀର୍ଘ ୩ ମାସ ୧୪ ଦିନ ପରେ ପୋଲିସ ଉକ୍ତ ଲୁଟ୍‌ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ସୟାବାଲି ଅଞ୍ଚଳର ପ୍ରଶାନ୍ତ କୁମାର ବାରିକ ଓ ସୁନ୍ଦରଗଡ଼ ଜିଲା କୋଇଡା କମଣ୍ଡୋ ଅଞ୍ଚଳର ହରିହର ଘଣା ବୋଲି ଜଣାପଡ଼ିଛି। ଆଇଆଇସି କହିଛନ୍ତି, ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଘଣାଙ୍କ ନିକଟରୁ ୧୨ ହଜାର ୫୦୦ ଟଙ୍କା ଏବଂ ଓଡି ୧୪ ପି୨୮୬୧ ନମ୍ବର ବିଶିଷ୍ଟ ପଲସର ବାଇକ ଜବତ କରାଯାଇଥିବା ବେଳେ ପ୍ରଶାନ୍ତଙ୍କ ନିକଟରୁ ୨୭ ହଜାର ୫୦୦ ଟଙ୍କା ଜବତ କରାଯାଇଛି। ତେବେ ଉଭୟଙ୍କର ଟିଆଇ ପରେଡ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri