ମହିଳାଙ୍କୁ ଅସଦାଚରଣ, ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମହିଳାଙ୍କୁ ପାରିବାରିକ ବିବାଦକୁ କେନ୍ଦ୍ରକରି ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ସ୍ବାମୀ ରବୀନ୍ଦ୍ର ବେହେରାଙ୍କୁ ବିଶ୍ୱନାଥ ବେହେରା ଓ ତାଙ୍କ ଦୁଇ ପୁଅ ଶଙ୍କର,ସୁଶାନ୍ତ ଠେଙ୍ଗାରେ ଆକ୍ରମଣ କରିଥିବା ନେଇ ମହିଳା ଜଣକ ରବିବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୮୪/୨୦ ଅନୁଯାୟୀ ମକଦ୍ଦମା କରିଛନ୍ତି। ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ ବି. ଲଚ୍ଛମେୟା ରେଡ୍ଡୀଙ୍କ ସୂଚନାନୁସାରେ ଗତ ଶୁକ୍ରବାର ସନ୍ଧ୍ୟାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଏହି ଘଟଣା ଘଟିଛି। ଆହତ ରବୀନ୍ଦ୍ରଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯିବା ପରେ ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri