ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍‌ ଗଲେ ପୂର୍ବତନ ସରପଞ୍ଚ

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ ଚାରିଛକ ଫାଣ୍ଡି ଅଞ୍ଚଳର ଦୁର୍ଯ୍ୟୋଧନ ବାରିକ। ସୂଚନାଥାଉ କି, ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କ ସ୍ବାମୀ ଘରେ ନ ଥିବା ବେଳେ ଦୁର୍ଯ୍ୟୋଧନ ପହଞ୍ଚି ତାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିଲେ। ଏ ନେଇ ସମ୍ପୃକ୍ତା ମହିଳା ଜଣକ ୧୯ ମେ ୨୦୧୯ରେ ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୨୪/୧୯)ରୁଜୁ କରି ତଦନ୍ତ ଚଳାଇଥିଲା। ସୋମବାର ଦୁର୍ଯ୍ୟୋଧନ ନିମାପଡ଼ା ଜେଏମ୍‌ଏଫସିଙ୍କ କୋର୍ଟରେ ହାଜର ହୋଇ ଜାମିନ ପାଇଁ ଆବେଦନ କରିଥିଲେ। ସେଠାରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ପୁଣି ନିମାପଡ଼ା ଏଡିଜେଙ୍କ କୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ। କୋର୍ଟ ଜାମିନ ଆବେଦନକୁ ନାମଞ୍ଜୁର କରି ତାଙ୍କୁ ଜେଲ ପଠାଇ ଦେଇଥିଲେ। ନିମାପଡ଼ାରେ ଦୁର୍ଯ୍ୟୋଧନ ଆଇନଜୀବୀ ଭାବେ କାର୍ଯ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri