ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ

ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ମହିଳା ଓ ତାଙ୍କ ସ୍ବାମୀ ଅନ୍ୟ ଜଣ ମହିଳାଙ୍କ ଦୁଇ କାନକୁ କାମୁଡି ଛିଣ୍ଡାଇ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ହେବା ପରେ ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ନଂ. ୧୯୧/୧୯ ଦଫା ୩୪୧/୩୨୩/୩୨୪/୩୫୪(ଖ)/୨୯୪/୫୦୬/୩୭୯/୩୪ ଅନୁଯାୟୀ ଅଭିଯୁକ୍ତଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରିଥିଲେ। ସେମାନେ ହେଲେ ଭୁଶୁଣ୍ଡା ଗ୍ରାମର ଲଳିତ ସାସମଲ ଓ ତାଙ୍କ ସ୍ତ୍ରୀ ଝୁନୁ। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇଯାଇଛି।

ପ୍ରକାଶ ଯେ, ସକାଳେ ଗାଁର କଲ୍ୟାଣୀ ପ୍ରଧାନ ପୋଖରୀରୁ ଗାଧୋଇ ଘରକୁ ଫେରୁଥିଲେ। ଏହି ସମୟରେ ପାଣି ଆଣିବାକୁ ଯାଇଥିବା ଝୁନୁଙ୍କ ସହିତ ପାରିବାରିକ ବିବାଦ କାରଣରୁ ବଚସା ହୋଇଥିଲା। ପରେ ଝୁନୁ ଉତ୍ତେଜିତ ହୋଇ କଲ୍ୟାଣୀଙ୍କ ଡାହାଣ କାନକୁ କାମୁଡି ଛିଣ୍ଡାଇ ଦେଇଥିଲେ। ବାମ କାନର ସୁନା ଫୁଲକୁ ଚିଣ୍ଡାଇ ନେଇଥିଲେ। ପରେ ଘଟଣାସ୍ଥଳକୁ ଆସି ଝୁନୁଙ୍କ ସ୍ବାମୀ ଲଳିତ ମଧ୍ୟ କଲ୍ୟାଣୀଙ୍କୁ ଟଣାଓଟରା କରିବା ସହ ମାଡ଼ ମାରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ କଲ୍ୟାଣୀଙ୍କୁ ପରିବାର ଲୋକେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଏଭଳି ଘଟଣା ଘଟିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri