ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ

ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ମହିଳା ଓ ତାଙ୍କ ସ୍ବାମୀ ଅନ୍ୟ ଜଣ ମହିଳାଙ୍କ ଦୁଇ କାନକୁ କାମୁଡି ଛିଣ୍ଡାଇ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ହେବା ପରେ ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ନଂ. ୧୯୧/୧୯ ଦଫା ୩୪୧/୩୨୩/୩୨୪/୩୫୪(ଖ)/୨୯୪/୫୦୬/୩୭୯/୩୪ ଅନୁଯାୟୀ ଅଭିଯୁକ୍ତଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରିଥିଲେ। ସେମାନେ ହେଲେ ଭୁଶୁଣ୍ଡା ଗ୍ରାମର ଲଳିତ ସାସମଲ ଓ ତାଙ୍କ ସ୍ତ୍ରୀ ଝୁନୁ। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇଯାଇଛି।

ପ୍ରକାଶ ଯେ, ସକାଳେ ଗାଁର କଲ୍ୟାଣୀ ପ୍ରଧାନ ପୋଖରୀରୁ ଗାଧୋଇ ଘରକୁ ଫେରୁଥିଲେ। ଏହି ସମୟରେ ପାଣି ଆଣିବାକୁ ଯାଇଥିବା ଝୁନୁଙ୍କ ସହିତ ପାରିବାରିକ ବିବାଦ କାରଣରୁ ବଚସା ହୋଇଥିଲା। ପରେ ଝୁନୁ ଉତ୍ତେଜିତ ହୋଇ କଲ୍ୟାଣୀଙ୍କ ଡାହାଣ କାନକୁ କାମୁଡି ଛିଣ୍ଡାଇ ଦେଇଥିଲେ। ବାମ କାନର ସୁନା ଫୁଲକୁ ଚିଣ୍ଡାଇ ନେଇଥିଲେ। ପରେ ଘଟଣାସ୍ଥଳକୁ ଆସି ଝୁନୁଙ୍କ ସ୍ବାମୀ ଲଳିତ ମଧ୍ୟ କଲ୍ୟାଣୀଙ୍କୁ ଟଣାଓଟରା କରିବା ସହ ମାଡ଼ ମାରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ କଲ୍ୟାଣୀଙ୍କୁ ପରିବାର ଲୋକେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଏଭଳି ଘଟଣା ଘଟିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri