ମହିଳାଙ୍କୁ ଗଣବଳାତ୍କାର ଘଟଣା: ୩ ଅଭିଯୁକ୍ତ ଗିରଫ

ଜଳେଶ୍ୱର,୨୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ ଗତ ୧୭ ତାରିଖରେ ଜଣେ ମହିଳାଙ୍କୁ ରାସ୍ତାରୁ ଟେକି ନେଇ ଗଣବଳାତ୍କାର ଘଟଣାରେ ପୋଲିସ ଉଦାସୀନ ରହିଥିବା ଅଭିଯୋଗ ହୋଇଥିଲା। ପରେ ଗ୍ରାମବାସୀଙ୍କ ଚାପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି। ଉଲ୍ଲେଖନୀୟ ଯେ, ପୀଡ଼ିତା ମହିଳା ନିଜର ୪ ପିଲାଙ୍କ ସହ ବାପଘରେ ରହନ୍ତି। ଗତ ୧୭ ତାରିଖରେ ରାଇବଣିଆ ଅଞ୍ଚଳରେ ବାକିଥିବା ମଜୁରୀ ଟଙ୍କା ଆଣିବା ପାଇଁ ଜଣେ ପୁରୁଷ ବନ୍ଧୁଙ୍କ ସହ ସାଇକେଲରେ ଯାଇଥିଲେ। ସେଠାରୁ ଫେରୁଥିବା ସମୟରେ ରାସ୍ତାରେ ୫ ଜଣ ଯୁବକ ସେମାନଙ୍କୁ ଅଟକାଇବା ପାଇଁ ଚେଷ୍ଟା କରିବା ବେଳେ ମହିଳାଙ୍କ ସାଙ୍ଗରେ ଥିବା ପୁରୁଷ ବନ୍ଧୁ ଜଣଙ୍କ ସାଇକେଲ ଛାଡ଼ି ପଳାଇ ଯାଇଥିଲେ। ମହିଳା ଜଣଙ୍କ ଦୌଡ଼ି ପଳାଇ ଯିବାକୁ ଚେଷ୍ଟା କରି ତଳେ ପଡ଼ି ଯାଇଥିଲେ। ଯୁବକମାନେ ତାଙ୍କୁ ସେଠାରୁ ଟେକି ନେଇଯାଇ ଏକ ନିଛାଟିଆ ଜାଗାରେ ବଳାତ୍କାର କରିଥିଲେ। ଏକଥା ବାହାରେ ପ୍ରଘଟ କଲେ ଜୀବନରୁ ମାରିଦେବେ ବୋଲି ସେମାନେ ମହିଳାଙ୍କୁ ଧମକ ଦେଇଥିଲେ। ପରେ ପୀଡ଼ିତା ମହିଳାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା(ନଂ. ୫/୨୦) ରୁଜୁ କରିଥିଲା। ଗିରଫ ୩ ଅଭିଯୁକ୍ତଙ୍କୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri