ମହିଳାଙ୍କୁ ଗଣ ବଳାତ୍କାର ଅଭିଯୋଗ: ସ୍ବାମୀ ଛାଡି ଚାଲିଯିବାପରେ ଥାନାର ଦ୍ୱାରସ୍ଥ ହେଲେ ମହିଳା

ରାଉରକେଲା ଅଫିସ, ୧୧।୭: ଝିରିପାଣି ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ଗଣ ବଳାତ୍କାର କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଗତ ୭ ତାରିଖରେ ଏଭଳି ଘଟଣା ଘଟିଥିଲେ ମଧ୍ୟ ଲୋକ ଲଜ୍ଜା ଭୟରେ ମହିଳା ମୁହଁ ଖୋଲି ନ ଥିଲେ। ତେବେ ଏହି ଘଟଣା ପରେ ସ୍ବାମୀ ତାଙ୍କୁ ଛାଡି ଚାଲିଯିବାରୁ ସେ ବାଧ୍ୟ ହୋଇ ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛିି । ଖବର ପାଇ ପୋଲିସ ତଦନ୍ତ ଜାରି ରଖିଛି।