ଅନୁଗୋଳ ଅଫିସ,୯।୬- ଅନୁଗୋଳ ସହରରୁ ଜଣେ ମହିଳାଙ୍କୁ ଝାନ୍ସୀରେ ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାକୁ ୬ ମାସ ପୂରିଥିଲେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ଅସମର୍ଥ ହୋଇଥିବା ଅଭିଯୋଗ କରି ଶନିବାର ସମ୍ପୃକ୍ତା ମହିଳାଙ୍କ ପରିବାର ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମହିଳାଙ୍କୁ ସୁରକ୍ଷିତ ଉଦ୍ଧାର କରିବାକୁ ସମସ୍ତ ଉଦ୍ୟମ କରାଯିବ ବୋଲି ଏସ୍ପି ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।
ଘଟଣାରୁ ପ୍ରକାଶ, ଜରପଡା ଥାନା ଅଞ୍ଚଳର ସମ୍ପୃକ୍ତା ମହିଳା ଅନୁଗୋଳ ସହରରେ ପୁଅଙ୍କ ସହ ରହୁଥିଲେ। ସ୍ବାମୀଙ୍କ ମୃତ୍ୟୁ ପରେ ସେ ଇକୋ ପାର୍କ ନିକଟସ୍ଥ ଶିକ୍ଷକପଡ଼ାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ। ମଧ୍ୟପ୍ରଦେଶର ଏକ ଧନୀ ପରିବାରରେ ତାଙ୍କର ବିବାହ କରାଇଦେବାକୁ ସମ୍ପୃକ୍ତ ବ୍ୟକ୍ତି ମହିଳାଙ୍କୁ କହିଥିଲେ। ଏଥିରେ ରାଜି ହେବାରୁ ଅଭିଯୁକ୍ତ ଜଣକ ମହିଳାଙ୍କୁ ଆଲିଗଡରୁ ଆସିଥିବା କେତେଜଣ ଦଲାଲଙ୍କ ସହ ପଠାଇଦେଇଥିଲେ। ଆଲିଗଡରୁ ତାଙ୍କୁ ଝାନ୍ସୀ ଚାଲାଣ କରାଯାଇଥିଲା। କିଛି ଦିନ ପରେ ମହିଳା ଜଣକ କୌଶଳ କ୍ରମେ ପରିବାର ଲୋକଙ୍କୁ ଫୋନ୍ ଯୋଗେ ଏ ବାବଦରେ ଜଣାଇଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି।
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
Archives


