ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକ୍‌ମେଲିଂ କରିବା ଘଟଣାର ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଛି। ସେ ହେଲେ ପୁରୀ ପୋଲିସ ଲାଇନ ଅଞ୍ଚଳର ବିଶ୍ୱଜିତ୍‌ ପଟ୍ଟନାୟକ। ୨୦୧୮ରେ ପୀଡ଼ିତା ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ବିଶ୍ୱଜିତଙ୍କୁ ଗିରଫ କରି ନ ଥିଲା। ଗତ ଜୁନ୍‌ ୨୬ରେ ହାଇକୋର୍ଟ ଆସନ୍ତା ୨୫ତାରିଖ ମଧ୍ୟରେ ଉକ୍ତ ମାମଲାର ତଦନ୍ତ ରିପୋର୍ଟ ଦେବାକୁ ଖଣ୍ଡଗିରି ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ରାତିରେ ଖଣ୍ଡଗିରି ପୋଲିସ ପୁରୀ ଯାଇ ବିଶ୍ୱଜିତଙ୍କୁ ଗିରଫ କରିଛି। ତାଙ୍କ ବିରୋଧରେ ଆଇପିସି ଦଫା ୩୭୬, ୩୮୪, ୫୦୬ ଓ ୩୪ ଅନୁଯାୟୀ କେସ୍‌ ନଂ. ୩୭୨/୧୮ ରୁଜୁ କରିଛି। ସୋମବାର ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ଜାମିନ୍‌ ନାମଞ୍ଜୁର ହେବାରୁ ବିଶ୍ୱଜିତଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି।
ଅଭିଯୋଗ ଅନୁଯାୟୀ, ପୀଡ଼ିତାଙ୍କୁ ଅଭିଯୁକ୍ତ ଖଣ୍ଡଗିରି ଅଞ୍ଚଳର ଏକ ହୋଟେଲରେ ବଳାତ୍କାର କରିଥିଲେ। ବଳାତ୍କାର ସମୟର ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଦେବାକୁ ଧମକ ଦେଇ ଏକାଧିକ ଥର ବଳାତ୍କାର କରିଥିଲେ। ଗତବର୍ଷ ଅଗଷ୍ଟ ୨୩ରେ ପୀଡ଼ିତା ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ସେ ବିଶ୍ୱଜିତଙ୍କ ସମେତ ତାଙ୍କର ଜଣେ ସହଯୋଗୀଙ୍କ ନାମ ଉଲ୍ଲେଖ କରିଥିଲେ। ଏନେଇ ଧରିତ୍ରୀରେ ୨୧ ଫେବୃୟାରୀ ୨୦୧୯ରେ ଏକ ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?