ମହିଳାଙ୍କୁ ପିଟି ହତ୍ୟା: ୩ ଅଟକ

କପ୍ତିପଦା,୨୦ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଧୀନ ରୁଗୁଡି ଗ୍ରାମର ଜଣେ ଯୁବକ ତାଙ୍କ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଥିବା   ଅଭିଯୋଗ ହୋଇଛି । ମୃତ ମହିଳା ଜଣକ ହେଲେ ଜିରୋ ସଏ । ମୃତକଙ୍କ ମାଆ ଗୁରୁବାରୀ ସିଂଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୯/୨୦) ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଉଦଳା ପଠାଯାଇଛି । ଏହି ଘଟଣାରେ ଶାଶୁ କୁନି ସଏ, ଶ୍ୱଶୁର ବିଜୟ ସଏ ଓ ସଉତୁଣୀ ଜାନୀ ସଏଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ମୁଖ୍ୟ ଅଭିଯୁକ୍ତ ସ୍ବାମୀ ଗୁରା ସଏ ଫେରାର ଥିବା ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ଗୁରା ବିବାହ କରିଥିବା ସତ୍ତ୍ୱେ ଗତ ୨ ବର୍ଷ ତଳେ ଦେୱାନବାହାଳୀ ଗ୍ରାମର ମୃତ ଜିରୋଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ବିବାହ ପରେ ଅଧିକାଂଶ ସମୟରେ ସେମାନଙ୍କ ମଧ୍ୟରେ ବିଭିନ୍ନ ପାରିବାରିକ ସମସ୍ୟାକୁ ନେଇ ଝଗଡ଼ା ଲାଗି ରହୁଥିଲା। ଗତ ରବିବାର ରାତିରେ ଉଭୟଙ୍କ ମଧ୍ୟରେ କଳହ ଚରମ ସୀମାରେ ପହଞ୍ଚିଥିଲା ା ରବିବାର ରାତିର ଘଟଣାକୁ ନେଇ ଗୁରା ସୋମବାର ଜିରୋଙ୍କୁ ନିସ୍ତୁକ ପିଟି ଥିଲେ। ଜିରୋ ଗୁରୁତର ହେବା ସତ୍ତ୍ୱେ ସେ ତାଙ୍କୁ ଡାକ୍ତରଖାନା ନ ନେଇ ଘରେ ରଖିଥିଲେ। ପରେ ମରି ଯାଇଥିବା ଜାଣି ମୃତଦେହ ଲୁଚାଇ ରଖିଥିଲେ। ଜିରୋଙ୍କ ବାପ ଘର ଲୋକେ ଖବର ପାଇ ଶରତ ଥାନାରେ ମଙ୍ଗଳବାର ସନ୍ଧ୍ୟାରେ ଅଭିଯୋଗ କରିବା ପରେ ଘଟଣାର ପର୍ଦ୍ଦାଫାସ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri