ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଚିତ୍ରଡା,୧୮ା୧(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକା ୬୫ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦିଲ୍ଲୀପ ହାଁସଦା (୨୫)। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ସାରେ ପୀଡିତା ମହିଳା ଛେଳି ଆଣିବା ପାଇଁ ପାଖ ଜଙ୍ଗଲକୁ ଯାଇଥିଲେ। ସେଠାରେ ତାଙ୍କୁ ଏକୁଟିଆ ପାଇ ଦିଲ୍ଲୀପ ଜୋର ଜବରଦସ୍ତ ବଳାତ୍କାର କରିଥିଲେ। ବଳାତ୍କାର ପରେ ଅଭିଯୁକ୍ତ ମହିଳାଙ୍କ ବେକକୁ ଛେଳି ବନ୍ଧା ପ୍ଲାଷ୍ଟିକ ଦୌଡ଼ିରେ ଚାପି ମାରି ଦେବାକୁ ଉଦ୍ୟମ କରିଥିଲେ। ପୀଡିତା ଅଭିଯୁକ୍ତଙ୍କ ଡାହାଣ ହାତକୁ କାମୁଡ଼ି ଦେବା ସହ ଜୋରରେ ପାଟି କରିବାରୁ ସ୍ଥାନୀୟ ଲୋକମାନେ ଆସି ତାଙ୍କୁ ଉଦ୍ଧାର କରିଥିଲେ। ଲୋକଙ୍କୁ ଦେଖି ଅଭିଯୁକ୍ତ ଘଟଣାସ୍ଥଳରୁ ପଳାଇ ଯାଇଥିବା ବେଳେ ସେଠାରେ ତାଙ୍କ ମୋବାଇଲ, ଚଷମା ଓ ଚପଲ ଛାଡି ଯାଇଥିଲେ। ସକାଳେ ପୀଡିତାଙ୍କ ପରିବାର ଲୋକେ ଅଭିଯୁକ୍ତଙ୍କ ଘରକୁ ଯାଇ ଘଟଣା ବିଷୟରେ ପଚାରିବାରୁ ଅଭିଯୁକ୍ତ ଖସି ପଳାଇ ଯିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଗ୍ରାମବାସୀ ତାଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର କରିଥିଲେ। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୫/୨୦୨୦) ରୁଜୁ ହୋଇଛି। ପୀଡିତାଙ୍କୁ ଡାକ୍ତରୀମାଇନା ପାଇଁ ପିଆରଏମ ମେଡିକାଲକୁ ପଠାଯାଇଛି। ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଗୋବିନ୍ଦ ଚନ୍ଦ୍ର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri